ପ୍ରମୂଖ ଖବର
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

ଫେଲ୍ ମାରିଲା ଗଞ୍ଜେଇ ମାଫିଆଙ୍କ ନୂଆ ତରିକା,ଜଙ୍ଗଲରେ ଗଚ୍ଛିତ ଗଞ୍ଜେଇ ଜବତ କଲା ପୋଲିସ

Published By : Anindita | February 2, 2025 1:15 PM

ଭୂବନେଶ୍ବର,୦୨/୦୨: ଫେଲ ମାରିଲା ଗଞ୍ଜେଇ ମାଫିଆଙ୍କ ନୂଆ ତରିକା। ବାହାର ରାଜ୍ୟକୁ ଚୋରା ଚଲାଣ ପାଇଁ ଜଙ୍ଗଲରେ ଗଚ୍ଛିତ ଗଞ୍ଜେଇ ଜବତ କଲା ପୋଲିସ । କୋରାପୁଟ ଜିଲ୍ଲା ବୈପାରୀଗୁଡାର ମାଝୀଗୁଡା ପଞ୍ଚାୟତର ଟିକରପଡା ଜଙ୍ଗଲରେ  ୧୦ କୁଇଣ୍ଟାଲ  ଗଞ୍ଜେଇ ଜବତ ହୋଇଥିବା ସୂଚନା ମିଳିଛି। 

ତେବେ ଗଞ୍ଜେଇ ମାଫିଆମାନେ ନୂଆ ତରିକାରେ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚଲାଣ ପାଇଁ ଏଭଳି ଜଙ୍ଗଲରେ ଗଞ୍ଜେଇ ଗଚ୍ଛିତ ରଖିଥିଲେ। ବିଶେଷ ସୂତ୍ରରୁ ଖବର ପାଇ ବୈପାରିଗୁଡା ଥାନା ଆଇଆଇସି ଦୀପାଞ୍ଜଳି ପ୍ରଧାନଙ୍କ ନିର୍ଦେଶ କ୍ରମେ ଏକ ସ୍ୱତନ୍ତ୍ର  ଟିମ୍ ଗଠନ କରି ଜଙ୍ଗଲରେ ଚଢ଼ାଉ କରିଥିଲେ । ଏହି ଚଢ଼ାଉରେ ୩୮ ଟି ଗଞ୍ଜେଇ ବସ୍ତା ଜବତ କରାଯାଇଥିଲା । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇ ଓଜନ କରିବାରୁ ଏହା ୧୦ କୁଇଣ୍ଟାଲ ବୋଲି ଜଣାପଡ଼ିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.