ପ୍ରମୂଖ ଖବର
  • ପୁରୀ ଶରଧାବାଲି ଦଳାଚକଟା ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
  • ||
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ, ଇମେଲ୍‌କୁ ଆସିଲା 'I Kill U' ମେସେଜ୍

Published By : Rasmita Pradhan | April 24, 2025 10:08 AM

ନୂଆଦିଲ୍ଲୀ, ୨୪/୦୪ : ଇଣ୍ଡିଆ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ତଥା ବିଜେପିର ପୂର୍ବତନ ସାଂସଦ ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ। ISIS କାଶ୍ମୀର ଗମ୍ଭୀରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଛି। ଏନେଇ ସେ ଦିଲ୍ଲୀ ପୋଲିସ ନିକଟରେ ଅଭିଯୋଗ କରିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ଗମ୍ଭୀର ତାଙ୍କ ପରିବାର ଏବଂ ପାଖ ଲୋକଙ୍କୁ ସୁରକ୍ଷା ଦେବାକୁ ନିବେଦନ କରିଛନ୍ତି। ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି। 

ସୂଚନା ଅନୁଯାୟୀ, ଏପ୍ରିଲ ୨୨ ତାରିଖରେ ଗୌତମ ଗମ୍ଭୀରଙ୍କୁ ଦୁଇଟି ଧମକପୂର୍ଣ୍ଣ ଇମେଲ୍ ମିଳିଥିଲା। ଗୋଟିଏ ଇମେଲ୍ ଅପରାହ୍ନରେ ଏବଂ ଅନ୍ୟଟି ସନ୍ଧ୍ୟାରେ ଆସିଥିଲା। ଏହି ଦୁଇଟି ଇମେଲ୍‌ରେ "ମୁଁ ତୁମକୁ ହତ୍ୟା କରିବି" ବୋଲି ଲେଖାଯାଇଥିଲା। ତେବେ ଏହା ପ୍ରଥମ ଥର ନୁହେଁ, ୨୦୨୧ ନଭେମ୍ବରରେ ଗମ୍ଭୀର ସାଂସଦ ଥିବା ସମୟରେ ମଧ୍ୟ ସମାନ ଇମେଲ୍ ପାଇଥିଲେ।

ପ୍ରକାଶ ଥାଉକି, ମଙ୍ଗଳବାର ଦିନ ଗମ୍ଭୀର ଜମ୍ମୁ-କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଥିଲେ। ସେ ଏକ୍ସରେ ଲେଖିଥିଲେ ଯେ, 'ମୃତକଙ୍କ ପରିବାର ପାଇଁ ପ୍ରାର୍ଥନା କରୁଛି।' ଏଥିପାଇଁ ଦାୟୀ ହୋଇଥିବା ଲୋକଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ। ଭାରତ ଜବାବ ଦେବ। ଗମ୍ଭୀରଙ୍କ ବ୍ୟତୀତ, ଅନେକ କ୍ରିକେଟର ମଧ୍ୟ ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଥିଲେ। ସଚିନ ତେନ୍ଦୁଲକର, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବଙ୍କ ଭଳି କ୍ରିକେଟର ଘଟଣାକୁ କଡ଼ା ନିନ୍ଦା କରିଥିଲେ। ପୂର୍ବତନ ଇଣ୍ଡିଆନ୍ କ୍ରିକେଟର ଶ୍ରୀବତ୍ସ ଗୋସ୍ୱାମୀ ପାକିସ୍ତାନ ସହିତ କ୍ରୀଡ଼ା ସମ୍ପର୍କ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଦାବି କରିଥିଲେ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.