ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ

ନୂଆଦିଲ୍ଲୀ,୩୦/୬: ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ। ଆଜି ଜେନେରାଲ ମନୋଜ ପାଣ୍ଡେଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ। ସେ ଦେଶର ୩୦ତମ ସ୍ଥଳସେନାଧ୍ୟକ୍ଷ ହେବେ । ଦେଶରେ ବର୍ତ୍ତମାନ ସ୍ଥଳସେନାର ଆଧୁନିକୀକରଣ ଏବଂ ବ୍ୟବସ୍ଥା ପରିବର୍ତ୍ତନ ଜାରି ରହିଥିବାବେଳେ ଏହି ସମୟରେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ ଦାୟିତ୍ଵ ଗ୍ରହଣ କରିବେ। ନର୍ଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ଦୀର୍ଘ ବର୍ଷ ଧରି ଦେଶର ସେବା କରି ଆସିଛନ୍ତି ସେ। ତେବେ ଆଜି ଅପରାହ୍ନରେ ସେ ବିଧିବଦ୍ଧ ଭାବେ ଦେଶର ପରବର୍ତ୍ତୀ ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କରିବେ। 

୧୯୬୪ ଜୁଲାଇ ପହିଲାରେ ଲେପ୍ଟନାଣ୍ଟ ଉପେନ୍ଦ୍ର ଦ୍ଵିୱେଦୀଙ୍କ ଜନ୍ମ। ୧୯୮୪ରେ ସେନାର ଜମ୍ମୁ କାଶ୍ମୀର ରାଇଫଲ୍ସରେ ଯୋଗ ଦେଇଥିଲେ। ସେନାରେ ଦୀର୍ଘ ୪୦ ବର୍ଷ ଧରି ଦେଶର ସେ ସେବା କରି ଆସୁଛନ୍ତି। ମଧ୍ୟପ୍ରଦେଶ ରେୱା ସୈନିକ ସ୍କୁଲ ଛାତ୍ର ହେଉଛନ୍ତି ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦିୱେଦୀ। ସେପଟେ ଦେଶରେ ପ୍ରଥମଥର ଲାଗି ଦୁଇ ସହପାଠୀ ଦୁଇ ସେନାମୁଖ୍ୟ ଦାୟିତ୍ଵ ସମ୍ଭାଳିବେ। ଏବେ ଭାରତୀୟ ନୌବାହିନୀର ମୁଖ୍ୟ ଅଛନ୍ତି ଆଡମିରାଲ ଦୀନେଶ ତ୍ରିପାଠୀ। ଆଜି ଦାୟିତ୍ଵ ଗ୍ରହଣ ପରେ ଦୁଇ ସହପାଠୀ ହେବେ ଦେଶର ଦୁଇ ସେନାବାହିନୀ ମୁଖ୍ୟ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.