ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଏହି ରାଶିର ବ୍ୟକ୍ତିଙ୍କ କର୍ମରେ ସଫଳତା ଓ ସମ୍ମାନ ମିଳିବ

ମେଷ: ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ, ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ । 

ବୃଷ: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ: ସପ୍ତମ ଚନ୍ଦ୍ର, ଶୁକ୍ରବାର ଏବଂ ଶୁକ୍ରଙ୍କର ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଚକୋଲେଟ୍‌, ସଂଖ୍ୟା : ୧୨, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ସିଲଭର, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ପଞ୍ଚମ ଚନ୍ଦ୍ର, ଦଶମୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।  

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ହୋଇପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଓ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୦୪, ଆରାଧନା : ମା’ ଗାୟତ୍ରୀ ।

ବିଛା :  ଘାତବାର, ଘାତତିଥି ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ଧନୁ :  ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା :  ମା’ କାଳୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବାରରେ ଅଶାନ୍ତି ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ଦଶମ ଚନ୍ଦ୍ର, ଦଶମୀ ତିଥି ଏବଂ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଓ ବିଶ୍ୱାସ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.