ନିମବାହାଳି,୧୯/୫: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ମାନପୁର ଗାଁରେ ଜଣେ ଯୁବତୀ ଆତ୍ମହତ୍ୟା କରିଛି। ପ୍ରେମରେ ପ୍ରତାରଣା ଶିକାର ହୋଇ ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।
ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ମାନପୁର ଗାଁରେ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ କଟକ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମଙ୍ଗଳାବାଗ ପୁଲିସ ଏ ନେଇ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।