ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ମାମୁଁ ଘରକୁ ଆସିଥିଲେ, ଗାଧୋଇବା ବେଳେ ପାଣିରେ ବୁଡି ନାବାଳିକାଙ୍କ ମୃତ୍ୟୁ

ପଦ୍ମପୁର, ୧୫।୬ : ପଦ୍ମପୁର ସହରର ଅମଲିପାଲି ପାଖ ଏକ ନାଳକୁ ଜଣେ ନାବାଳିକା ଗାଧୋଇବା ପାଇଁ ଯାଇଥିବା ବେଳେ ପାଣିରେ ବୁଡି ମୃତ୍ୟୁ ଘଟିଛି । ମୃତ ନାବାଳିକା ଜଣକ ପାଟଣାଗଡ ଥାନା ଅନ୍ତର୍ଗତ ବର୍ହାଚପା ଗ୍ରାମର ।

ମିଳିଥିବା ସୂଚନା ଅନୁସାରେ ପାଟଣାଗଡ ଥାନା ଅନ୍ତର୍ଗତ ବର୍ହାଚପା ଗ୍ରାମର ଜଣେ ୧୭ ବର୍ଷ ବୟସ୍କ ଝିଅ ଖରା ଛୁଟିରେ ତାର ମାମୁଁଘର ପଦ୍ମପୁର ଅମଲିପାଲିକୁ ବୁଲିବାକୁ ଆସିଥିଲା । ଆଜି ସକାଳୁ ପାଖ ନାଳକୁ ଗାଧୋଇବା ପାଇ ଯାଇଥିବା ସମୟରେ ସେ ପାଣିରେ ବୁଡି ଯାଇଥିଲେ । ପରିବାର ଲୋକେ ତାଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ଝିଅ ଟିକୁ ମୃତ ଘୋଷଣା କରିଥିଲେ । ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଯାରି ରଖିଛି । ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯିବ।

ଆହୁରି ପଢନ୍ତୁ : ମୋବାଇଲ ଫାଟି ଶିଶୁ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.