ପିପିଲି,୦୩/୦୧: ଶିମିଳିପାଟଣା ଗାଁରେ ଅଙ୍ଗନବାଡି ଗୃହ ନିର୍ମାଣକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ଜଣାପଡିଛି । ଏଥିରେ ୧୦ଜଣ ଆହତ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ପୁରୀ ଜିଲ୍ଲା କଣାସ ପାଣ୍ଡିଆକେରା ପଞ୍ଚାୟତର ଶିମିଳିପାଟଣା ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, କିଛି ଦିନ ଧରି ଶିମିଳିପାଟଣା ଗାଁରେ ଅଙ୍ଗନବାଡି ଗୃହ ନିର୍ମାଣ କର୍ଯ୍ୟ ଚାଲିଥିବା ବେଳେ ଏହାକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଏହାରି ଭିତରେ ୧୦ ଜଣ ଆହତ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ କଣାସ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା ଚଳାଇଛି । ଏହା ସହ ସମସ୍ତ ଆହତଙ୍କୁ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିବା ବେଳେ ଗୁରୁତରଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରିଛି ପୋଲିସ ।