ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ ପାଇଁ ଅତିଥି ତାଲିକା : କଟକରେ ମୁଖ୍ୟମନ୍ତ୍ରୀ... ଖୋର୍ଦ୍ଧା ଏବଂ ପୁରୀରେ ପତାକା ଉତ୍ତୋଳନ କରିବେ ୨ ଉପମୁଖ୍ୟମନ୍ତ୍ରୀ

Published By : Rasmita Pradhan | January 21, 2025 2:39 PM

ଭୁବନେଶ୍ଵର, ୨୧/୦୧ : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ପାଇଁ ପ୍ରକାଶ ପାଇଲା ଅତିଥି ତାଲିକା। କିଏ କେଉଁଠାରୁ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବେ ସେନେଇ ତାଲିକା ଜାରି କରାଯାଇଛି। କଟକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପୁରୀରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ। 

ସେହିପରି ସୁନ୍ଦରଗଡ଼ରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ସୁବର୍ଣ୍ଣପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ, କୋରାପୁଟରେ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ, ଜଗତସିଂହପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଯାଜପୁରରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ରାୟଗଡ଼ାରେ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ଵରରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ନୂଆପଡ଼ାରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଢେଙ୍କାନାଳରେ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମାଲକାନଗିରିରେ ମତ୍ସ୍ୟସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନୟାଗଡ଼ରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏହି ଖବରଟିକୁ ପଢନ୍ତୁ-ପ୍ରବାସୀ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା, ଆବେଦନ କରିବାକୁ କହିଲେ ଉପମୁଖ୍ୟମନ୍ତ୍ରୀ

ଏତଦ୍ ବ୍ୟତୀତ ଅନଗୁଳ, ବାରିପଦା, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ଦେଓଗଡ଼, ଛତ୍ରପୁର, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର, ଏବଂ ଫୁଲବାଣୀରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବେ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.