ପ୍ରମୂଖ ଖବର
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଶୋଇବା ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମ ବ୍ୟାପାରରୁ ଆତ୍ମହତ୍ୟା ସନ୍ଦେହ

Published By : Rasmita Pradhan | July 14, 2025 1:08 PM

ବେତନଟୀ, ୧୪/୭ : ଶୋଇବା ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୟୂରଭଞ୍ଜ ଜିଲ୍ଲା ବେତନଟୀ ମୁଖ୍ୟ ବଜାର ଧର୍ମଶାଳା ସମ୍ମୁଖ ବାସଭବନରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ବେତନଟୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ବେତନଟୀର ବିଶ୍ୱଜିତ ପରିଡା ରବିବାର ସନ୍ଧ୍ୟାରେ ଘରକୁ ଫେରି ନିଜ ରୁମରେ କବାଟ ବନ୍ଦକରି ଶୋଇଥିଲେ। ସୋମବାର ସକାଳେ ଉଠିବାରେ ବିଳମ୍ବ ହେବାରୁ ଅଫିସ ଯିବା ସମୟ ହୋଇଯାଉଥିବାରୁ ପରିବାର ଲୋକେ କବାଟ ବାଡେଇଥିଲେ। ମାତ୍ର ବିଶ୍ୱଜିତ କବାଟ ଖୋଲିନଥିଲେ କି କୌଣସି ଉତ୍ତର ଦେଇନଥିଲେ। ବହୁବାର ଡାକିବା ସତ୍ତ୍ଵେ ବିଶ୍ୱଜିତ କୌଣସି ପ୍ରତିକ୍ରିୟା ନଦେବାରୁ ପାଖ ପଡୋଶୀଙ୍କୁ ଡାକି କବାଟ ଭାଙ୍ଗି ଦେଇଥିଲେ। ଘର ଭିତରେ ବିଶ୍ୱଜିତଙ୍କ ଝୁଲନ୍ତା ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ବେତନଟୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବିଶ୍ଵଜିତ ସୋଫା କଭରରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.