ପ୍ରମୂଖ ଖବର
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଗୋପାଳପୁର ୩ନଂ କାଉନସିଲରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Published By : Rasmita Pradhan | July 14, 2025 2:56 PM

ଗୋପାଳପୁର, ୧୪/୭ : ଗଞ୍ଜାମ ଜିଲ୍ଲା ଗୋପାଳପୁର ଏନଏସିର କାର୍ଯ୍ୟରତ ୩ନଂ କାଉନସିଲର ବି. ଗୋପାଳକୃଷ୍ଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗୋପାଳକୃଷ୍ଣଙ୍କ ନିଜ ଦୋକାନ ଘରୁ ମୃତଦେହ ଉଦ୍ଧାର ହୋଇଛି। ଏନେଇ ତାଙ୍କ ବଡ଼ ପୁଅ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। 

ସୂଚନାନୁଯାୟୀ, କାଉନସିଲର ଗୋପାଳକୃଷ୍ଣ ଗୋପବନ୍ଧୁ ପାଠାଗାର ନିକଟସ୍ଥ ମାର୍କେଟ କମ୍ପ୍ଲେକ୍ସରେ ଏକ ଜାଲ ଓ ଦୌଡ଼ି ଦୋକାନ କରିଥିଲେ। ସେ ଆଜି ସକାଳେ ଆସି ଦୋକାନ ଖୋଲିଥିଲେ। ପ୍ରାୟ ସାଢେ ବାରଟା ବେଳେ କୌଣସି କାମରେ ତାଙ୍କ ୨ ପୁଅ ପବନ ଓ ଭିକି ଦୋକାନକୁ ଆସିଥିଲେ। ଦୋକାନ ବାହାରେ ଚପଲ ପଡିଥିବା ବେଳେ ଦୋକାନ ବନ୍ଦ ଥିବା ଯୋଗୁଁ ବାପା ଶୋଇଥିବା ଭାବି ଦୋକାନ ଖୋଲି ଭିତରକୁ ପଶିଥିଲେ। ଗୋପାଳକୃଷ୍ଣ ଫ୍ୟାନ୍‌ରେ ଝୁଲୁଥବା ଦେଖି ତାଙ୍କୁ ତଳକୁ ଓହ୍ଲାଇଥିଲେ। ହେଲେ ସେତେବେଳେକୁ ତାଙ୍କର ମୃତ୍ୟୁ ହୋଇଥିବା ଜାଣି ବଡ଼ ପୁଅ ପବନ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.