ପ୍ରମୂଖ ଖବର
  • ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ହରିଶୟନ ଏକାଦଶୀରେ ନିଦ୍ରା ଯିବେ ଶ୍ରୀହରି, ରାତି ସାଢ଼େ ୧ଟାରେ ହେବ ନୀତି

Published By : Prameya | July 6, 2025 1:53 PM

ପୁରୀ ୦୬/୦୭: ଆଜି ମହାପ୍ରଭୁଙ୍କ ହରିଶୟନ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନିର୍ଘଣ୍ଟ ଅନୁଯାୟୀ ରାତି ସାଢେ ୧ଟାରେ ଶୟନ ଠାକୁରେ ବିଜେ ହେବେ । ପୂଜାପଣ୍ଡା ସାମନ୍ତ ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାଙ୍କୁ ରଥ ଉପରକୁ ଆଣିବେ। ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥରେ ବାସୁଦେବଙ୍କୁ, ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଭୁବନେଶ୍ୱରୀଙ୍କୁ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ଶ୍ରୀନାରାୟଣ(ଶୟନଠାକୁର)ଙ୍କୁ ବିଜେ କରାଇବେ । ଶୟନ ଠାକୁର ରଥାରୂଢ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଲାଗି ହେଲାପରେ ମହାସ୍ନାନ ନୀତି ବଢିବ । ସର୍ବାଙ୍ଗ ଲାଗି, ନୂଆ ପତନି ଲୁଗା ଲାଗି ଓ ମାଳଫୁଲ ଲାଗି  ହେବ । ପୂଜାପଣ୍ଡା ସାମନ୍ତ ବଲ୍ଲଭ ବଡ଼ସିଂହାର ଭୋଗ ସମ୍ପନ୍ନ ହେବ ।  ଶୟନ ଠାକୁରଙ୍କୁ ହାତରେ ବିଜେ କରାଇ ପୂଜାପଣ୍ଡା ସାମନ୍ତମାନେ ଭଣ୍ଡାର ଦୁଆରକୁ ନେବେ । ସେଠାରେ ବିଧି ମୁତାବକ ଶୟନ ନୀତି ଅନୁଷ୍ଠିତ ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.