ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ରେଳ ଧାରଣାରେ ମୁଣ୍ଡ ବିହୀନ ଶବ, ହତ୍ଯା ଅଭିଯୋଗ ପରେ ରେଳବାଇ ପୋଲିସର ତଦନ୍ତ ଆରମ୍ଭ

Published By : Prameya | March 18, 2025 6:02 PM

ଭଦ୍ରକ, ୧୮/୩ : ଗତ ମାର୍ଚ୍ଚ ୧୭ତାରିଖରେ ଭଦ୍ରକ ଜିଲ୍ଲା ବାଉଦପୁର ନିକଟସ୍ଥ ରେଳଧାରଣରେ ମୁଣ୍ଡ ଓ ଏକ ହାତ ନ ଥିବା ଜଣେ ଯୁବକଙ୍କ ଶବ ଉଦ୍ଧାର ହୋଇଥିଲା । ଭଦ୍ରକ ରେଳବାଇ ପୋଲିସ ପରିବାର ଲୋକେ ଏ ନେଇ ହତ୍ୟା ଅଭିଯୋଗ କରିଛନ୍ତି I ପାରିପାର୍ଶ୍ବିକ ପରିସ୍ଥିତିକୁ ନେଇ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର। 

ସୂଚନା ଅନୁଯାୟୀ, ସାବରଙ୍ଗ ଥାନା ଅଧୀନସ୍ଥ ବ୍ରହ୍ମପୁର ଗାଁର ନିରଞ୍ଜନ ସାମନ୍ତରାଙ୍କ ପୁଅ ରଞ୍ଜନସାମନ୍ତରା ଭଦ୍ରକ ସହରରେ ଥିବା କନିକା ମେସରେ ରହି ବରପଦା ଇଞ୍ଜିନିୟରିଙ୍ଗ କଲେଜରେ ଡିପ୍ଲୋମା ପାଠ ପଢୁଥିଲେ । ତେବେ ଗତ ୧୬ତାରିଖ ରାତିରୁ ରଞ୍ଜନ ମେସକୁ ଫେରି ନ ଥିଲେ । ସୋମବାର ସକାଳୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ରେଳବାଇ ପୁଲିସ ଯୁବକଙ୍କ ମୁଣ୍ଡ ବିହୀନ ଶବ ଆଣିଥିବା ପରିବାର ଲୋକେ ଖବରପାଇ ମେଡିକାଲରେ ପହଞ୍ଚିବା ପରେ ତାହା ରଞ୍ଜନଙ୍କ ଶବ ବୋଲି ଚିହ୍ନଟ କରିଥିଲେ । 

ତେବେ ରଞ୍ଜନଙ୍କ ମୁଣ୍ଡ ନ ଥିବା ସହିତ ଡାହାଣ ହାତଟି ମଧ୍ୟ ନ ଥିବା ସୂଚନା ମିଳିଛି । ତେବେ ରଞ୍ଜନଙ୍କ ଶରୀରରେ ଅନ୍ୟ କୌଣସି ସ୍ଥାନରେ କ୍ଷତ ଚିହ୍ନ ନାହିଁ । ପାରିପାର୍ଶ୍ବକ ପରିସ୍ଥିତିକୁ ଦେଖି ରଞ୍ଜନକୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଭଦ୍ରକ ଟାଉନ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି । ତେବେ ମୃତ ରଞ୍ଜନଙ୍କ ମୁଣ୍ଡ ଓ ହାତ କୁଆଡେ ଗଲା ବୋଲି ପରିବାର ଲୋକେ ପ୍ରଶ୍ନ କରିଛନ୍ତି । ଅନ୍ୟପଟେ ରାନ୍ଦିଆ ଓ ବାଉଦପୁର ରେଳଷ୍ଟେସନ ମଝିରେ ଥିବା ଶାଳନ୍ଦୀ ବ୍ରିଜ ରେଳ ଧାରଣା ନିକଟରୁ ରଞ୍ଜନଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ରେଲୱେ ପୁଲିସ ପକ୍ଷରୁ କୁହାଯାଇଛି। ଆଖପାଖ ଅଞ୍ଚଳରେ ଖୋଜାଖୋଜି ପରେ ମଧ୍ୟ ମୁଣ୍ଡ ଓ ହାତ ମିଳିନାହିଁ । ଅଭିଯୋଗ ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଥିବା କହିଛି ରେଳବାଇ ପୁଲିସ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.