ପ୍ରମୂଖ ଖବର
  • ମାଲକାନଗିରିରେ ବଡ଼ ଧରଣର ଚୋରି, କାନ୍ଥ ଭାଙ୍ଗି ୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ମୋବାଇଲ୍‌ ନେଇଗଲେ ଲୁଟେରା
  • ||
  • ରାଜଧାନୀରେ ହତ୍ୟା ଘଟଣା: ୩ ଜଣଙ୍କୁ ଅଟକ ରଖି ଜେରା କରୁଛି ପୋଲିସ
  • ||
  • ରାଜଧାନୀରେ ହତ୍ୟା ଘଟଣା: ଦୋଷୀଙ୍କୁ ନିଶ୍ଚିତ ଧରାଯିବ ବୋଲି କହିଲେ ଆଇନ୍‌ମନ୍ତ୍ରୀ
  • ||
  • ବୈପାରିଗୁଡ଼ା : ଆମଟିଗୁଡା ହତ୍ୟା ମାମଲା, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ରାଜଧାନୀରେ ଚାଞ୍ଚଲ୍ୟ: ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ, ଏସ୍ ସୋମନାଥଙ୍କ ସ୍ଥାନରେ ନିଯୁକ୍ତି
  • ||
  • ଆଗକୁ ବଢିବ ରାତି ତାପମାତ୍ରା, ଆହୁରି କମିବ ଶୀତ
  • ||
  • ରାଜ୍ୟରେ ବାର୍ଡ-ଫ୍ଲୁ ଭୟ, ଜନସ୍ୱାସ୍ଥ୍ୟ ବିଭାଗର ସ୍ଥିତି ସମୀକ୍ଷା
  • ||

HMPV ମୁକାବିଲା ପାଇଁ ଡାକ୍ତରୀ ଟିମ୍ ପ୍ରସ୍ତୁତ, ଥଣ୍ଡା କାଶ ହେଲେ ଡାକ୍ତରଙ୍କ ପରାମର୍ଶ କରନ୍ତୁ

Published By : Prameya | January 7, 2025 1:12 PM

ଭୁବନେଶ୍ଵର, ୦୭/୦୧ : HMPV ଭାଇରସ୍‌କୁ ନେଇ ବସିଥିବା ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ। ଉଚ୍ଚସ୍ତରୀୟ ବୈଠକ ପରେ ସୂଚନା ଦେଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ବିଭିନ୍ନ ହସ୍ପିଟାଲର ଅଧିକାରୀଙ୍କ ସହ ଆଲୋଚନା ହୋଇଛି। ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ। ସେମିତି କିଛି ପ୍ରଭାବ ପଡ଼ିନାହିଁ। ଓଡ଼ିଶାରେ ଏପର୍ଯ୍ୟନ୍ତ କେସ୍ ଚିହ୍ନଟ ହୋଇନାହିଁ। ଭାଇରସ୍‌ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। 

ସ୍ଵାସ୍ଥ୍ୟ ମନ୍ତ୍ରୀ ପୁଣି କହିଛନ୍ତି ଯେ, ଭାରତ ସରକାର ଯାହା ଗାଇଡଲାଇନ୍ ଦେବେ ମାନିବୁ। ହସ୍ପିଟାଲ ଗୁଡ଼ିକରେ ଡାକ୍ତରୀ ଟିମ୍ ମଧ୍ୟ ପ୍ରସ୍ତୁତ ଅଛନ୍ତି। ଥଣ୍ଡା କାଶ ହେଲେ ଡାକ୍ତରଙ୍କ ପରାମର୍ଶ କରନ୍ତୁ। ଆମେ ସାମ୍ପୁଲ ଟେଷ୍ଟ କରିବୁ। ଆଇସିଇଆର, ଆଇଏଲଏସ, ଏମ୍ସ ସାମ୍ପୁଲ ଟେଷ୍ଟ କରିବାକୁ ପ୍ରସ୍ତୁତ ଅଛନ୍ତି। ରାଜ୍ୟ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। 


HMPV ଓ ପ୍ରବାସୀ ଭାରତୀୟ ସମ୍ମିଳନୀ ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.