ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ରାଜ୍ୟରେ ଉପରମୁହାଁ ପାରଦ, ୧୩ ଏବଂ ୧୪ରେ ବଢ଼ିବ ଗ୍ରୀଷ୍ମ ପ୍ରକୋପ

Published By : Rasmita Pradhan | March 11, 2025 7:44 AM

ଭୁବନେଶ୍ୱର, ୧୧/୦୩ : ରାଜ୍ୟରେ ଉପରମୁହାଁ ପାରଦ। ଆଜି ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଟିଟିଲାଗଡ଼ରେ ତାତି ୪୧ ଡିଗ୍ରୀ ଛୁଇଁବ। ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ୪୦ଡିଗ୍ରୀ, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ  ନୂଆପଡ଼ା, ପାରଳାଖେମୁଣ୍ଡିରେ ତାପମାତ୍ରା ୩୯ଡିଗ୍ରୀ  ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୨  ତାରିଖରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ।

ସୂଚନାନୁଯାୟୀ, ଆସନ୍ତା ୧୩ ଓ ୧୪ ତାରିଖରେ ରାଜ୍ୟରେ ଗ୍ରୀଷ୍ମର ପ୍ରଭାବ ବଢ଼ିପାରେ। ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସୋମବାର ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୩୯.୨ ଡିଗ୍ରୀ ରେକର୍ଡ ହୋଇଛି। ବଲାଙ୍ଗିରରେ ୩୭.୪, ମାଲକାନଗିରିରେ ୩୭.୨, ଝାରସୁଗୁଡ଼ା ଓ ଭବାନୀପାଟଣାରେ ୩୭ଡିଗ୍ରୀ, ହୀରାକୁଦରେ ୩୬.୭, ସୁନ୍ଦରଗଡ଼ରେ ୩୬.୫, ସମ୍ବଲପୁରରେ ୩୬.୪ ଡିଗ୍ରୀ ରେକର୍ଡ ହୋଇଥିଲା।

ଏହି ଖବରଟିକୁ ପଢନ୍ତୁ-ମାର୍ଚ୍ଚ ୧୪ରେ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ, ଭାରତ ଉପରେ ନାହିଁ ପ୍ରଭାବ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.