ପ୍ରମୂଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ଭୁଶୁଡ଼ିଲା ନିର୍ମାଣଧୀନ ବକ୍ସ ଡ୍ରେନ ସ୍ଲାବ୍, ଜଣେ ଆହତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ
  • ||
  • କଟକ ମାତୃଭବନ ନିକଟ ଭୁଶୁଡ଼ିଲା ନିର୍ମାଣାଧୀନ ବକ୍ସଡ୍ରେନ୍ ପାଚେରୀ
  • ||
  • ପାଟଣା : ହାତୀଠାରୁ ବଞ୍ଚିବା ବେଳେ ନିଆଁରେ ପଡ଼ିଗଲେ ମହିଳା, ଚାଲିଗଲା ଜୀବନ
  • ||
  • ବର୍ଡର-ଗାଭାସ୍କର ଟ୍ରଫି ; ଭାରତର WTC ଆଶା ଧୂଳିସାତ୍ , ୩-୧ରେ ସିରିଜ ସିଲ କଲା ଅଷ୍ଟ୍ରେଲିଆ
  • ||
  • ଛତିଶଗଡ଼ରେ ବଡ଼ ଏନକାଉଣ୍ଟର: ଟଳିଲେ ୪ ନକ୍ସଲ, ଜଣେ କନଷ୍ଟେବଳ ସହିଦ
  • ||
  • ଆଫଗାନିସ୍ତାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରେକର୍ଡ
  • ||
  • ଆଜି ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଜନଜାତି ଶିକ୍ଷାର୍ଥୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା
  • ||
  • ପିକିନିକ ସାରି ଫେରୁଥିଲେ ; ଅଟୋକୁ ଧକ୍କା ଦେଲା ଟ୍ରକ୍ , ଚାଲିଗଲା ୪ ଜୀବନ
  • ||
  • ଆଜିଠୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା: ଖୋଲିବ ୧୪୭ ଷ୍ଟଲ୍‌
  • ||
  • ବରଗଡ଼ ଧନୁଯାତ୍ରା ଦ୍ୱିତୀୟ ଦିବସ: କାରାଗାରରେ ଦେବକୀଙ୍କ ଅଷ୍ଟମ ଗର୍ଭରୁ ଜନ୍ମ ନେଲେ ଶ୍ରୀକୃଷ୍ଣ
  • ||
  • ବଲାଙ୍ଗୀର : ବାଇକ୍‌କୁ ପିଟିଲା ଟ୍ରକ୍‌: ଜଣେ ମୃତ, ଦୁଇ ଗୁରୁତର
  • ||
  • ଶ୍ରୀମନ୍ଦିର ଉପରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
  • ||
  • ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର, ଶୀତୁଆ ସକାଳରେ ପଥୋତ୍ସବର ମଜା ନେଲେ ରାଜଧାନୀବାସୀ
  • ||

ପ୍ରବଳ ଜାଡରେ ଥରୁଛି ଓଡିଶା , ୭ ଡିଗ୍ରୀ ଖସିଲା ତାପମାତ୍ର

Published By : Ankita S | January 3, 2025 8:36 AM

ଭୁବନେଶ୍ୱର,୦୩/୦୧ : ସାରା ରାଜ୍ୟରେ ବଢ଼ିଛି  ଥଣ୍ଡା । ଅସହ୍ଯ ଜାଡରେ ଥରୁଛି ଓଡିଶା । ରାତି ତାପମାତ୍ରା ସବୁଠି କମିଛି ।ପୂର୍ବ ରାତି ତୁଳନାରେ ୧ ରୁ ସାଢ଼େ ୪ ଡିଗ୍ରୀ ସେଲସିୟସ୍‌ କମିଯାଇଛି । ରାଉରକେଲା ପାଲଟିଛି ସବୁଠୁ ଥଣ୍ଡା ସହର । ଇସ୍ପାତ ସହର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି ।

ରାଜ୍ୟରେ ତାପମାତ୍ରା ଅଚାନକ ଖସିଛି । ମାଡ଼ି ଆସିଛି ଥଣ୍ଡା । ପ୍ରାୟତଃ ରାତିର ତାପମାତ୍ରା ଅସ୍ୱାଭାବିକ ଭାବେ କମିଛି । ରାଉରକେଲା ପଛକୁ ଝାରସୁଗୁଡ଼ାର ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ, କେନ୍ଦୁଝର ୯.୫, ଫୁଲବାଣୀ ୯.୫, ଦାରିଙ୍ଗିବାଡ଼ି ୯.୫, ସୁନ୍ଦରଗଡ଼ ୯.୭, ଅନୁଗୁଳ ୧୦, ସୋନପୁର ୧୦ ଡିଗ୍ରୀ ଥିଲା ବୁଧବାର ରାତିରେ । ଭବାନୀପାଟଣା ଓ ବଲାଙ୍ଗିରରେ ୧୧ ଡିଗ୍ରୀ, ବାରିପଦା, ଢେଙ୍କାନାଳ ଓ ଭଦ୍ରକରେ ୧୨ ଡିଗ୍ରୀ, ନବରଙ୍ଗପୁର ୧୨.୫, ତାଳଚେର ୧୨.୪, ହୀରାକୁଦ ୧୨.୬, ସମ୍ବଲପୁର ୧୨.୪, ବାଲେଶ୍ୱର ୧୨.୪, କୋରାପୁଟ ୧୨.୮, ଟିଟିଲାଗଡ଼ ୧୩, ରାୟଗଡ଼ା ୧୩, କଟକ ୧୩, ଭୁବନେଶ୍ୱର ୧୩.୨, ନୂଆପଡ଼ା ୧୩.୪, ଚାନ୍ଦବାଲି ୧୩.୮, ଖୋର୍ଦ୍ଧା ୧୪ ଡିଗ୍ରୀ ସେଲସିୟସ୍‌ ଥିଲା । ରାଜ୍ୟ ତମାମ ଏବେ ପାଗ ଶୁଖିଲା ରହିଛି । 

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଦେଖାଯାଉନି । ପାଣିପାଗ ପୂର୍ବାନୁମାନ କହୁଛି, ଆସନ୍ତା ୫ ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ତେବେ ୫ ତାରିଖରୁ ରାତି ତାପମାତ୍ରା ଧୀରେ ଧୀରେ ବଢ଼ିବ । ଭୁବନେଶ୍ୱରରେ ରାତି ତାପମାତ୍ରା ପୂର୍ବ ରାତି ତୁଳନାରେ ୩.୨ ଡିଗ୍ରୀ, କେନ୍ଦୁଝରରେ ୨.୯ ଡିଗ୍ରୀ କମିଛି । ଅନେକ ସ୍ଥାନରେ ୧ରୁ ଦେଢ଼ ଡିଗ୍ରୀ କମିଛି ୨୪ ଘଣ୍ଟାରେ । ଶୁକ୍ରବାର ସକାଳେ ଅନୁଗୁଳ, କନ୍ଧମାଳ, ଢେଙ୍କାନାଳରେ ଘନ କୁହୁଡ଼ି ହୋଇପାରେ । ଶୁକ୍ରବାର ରାତି ଓ ଶନିବାର ସକାଳେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼ ଓ ସୁନ୍ଦରଗଡ଼ରେ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ଅଛି ।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.