ପ୍ରମୂଖ ଖବର
  • କଟକ : ମନ୍ଦିରରୁ ସୁନା ରୂପା ଅଳଙ୍କାର ଲୁଟ ଘଟଣା, ୩ ସନ୍ଦିଗ୍ଧ ଅଟକ
  • ||
  • ସମ୍ୱଲପୁର : ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଜଣେ ମୃତ
  • ||
  • ବରଗଡ଼ : ଧନୁଯାତ୍ରା ପାଇଁ ଶିକ୍ଷାନୁଷ୍ଠାନ ସମୟରେ ପରିବର୍ତ୍ତନ, ସକାଳ ୮ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ପାଠପଢା
  • ||
  • ଜାଡ଼ରେ ଥରୁଛି ପୂର୍ବ ଭାରତ: ୟୁପି-ବିହାରରେ ଆଖିବୁଜିଲେ ୧୦ ଜଣ
  • ||
  • ଇସ୍ତଫା ଦେବେ କନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ !
  • ||
  • ରାୟଗଡ଼ା ରେଳ ଡିଭିଜନ୍‌ ପ୍ରକଳ୍ପ, ଆଜି ଆଭାସିରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
  • ||
  • କାମାକ୍ଷାନଗର : ରାମିଆଳ ନଦୀ ବ୍ରିଜ୍‌ ତଳକୁ ଖସିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଘନ କୁହୁଡ଼ିର ଚାଦର ତଳେ କଟକ, ଜନଜୀବନ ପ୍ରଭାବିତ
  • ||
  • ରାଜ୍ୟରେ ସାମାନ୍ୟ କମିପାରେ ଜାଡ଼ ,୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||
  • ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା, ୧୭ ତାରିଖରେ ହେବ ପକ୍ଷୀ ଗଣନା
  • ||

କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ

Published By : Harapriya Sethi | January 4, 2025 7:25 AM

ଲମତାପୁଟ,୦୪/୦୧: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକରେ ହାଡ଼ ଭଙ୍ଗା ଶୀତର ଲହରୀ ସହ ତୁଷାରପାତ ହୋଇଥିବାର ଦେଖିବାକୁ ମିଳିଛି ।  ୪ ଡଗ୍ରୀ ତଳକୁ ଖସିଲା ପାରଦ । ବ୍ଲକର ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଛି । ହାଡଭଙ୍ଗା ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ନୂଆ ବର୍ଷ ଠାରୁ ଶୀତ ପ୍ରକୋପ ଧୀରେ ଧୀରେ ବଡ଼ିଛି ।

ଦିନ ଦଶଟା ପର୍ଯ୍ୟନ୍ତ ସାରା ଅଞ୍ଚଳ କୁହୁଡିରେ ଢାଙ୍କି ରହୁଛି । କୁହୁଡି କାରଣରୁ ରାସ୍ତାର ୧୦ ମିଟର ଦୂରତା ପରେ କିଛି ବି ଦେଖା ଯାଉନାହିଁ । ଯାତାୟତ ପାଇଁ ଭାରି ଅସୁବିଧା ହେଉଥିବା ବେଳେ ଦୁର୍ଘଟଣାର ଶିକାର ହେଉଛନ୍ତି ଗାଡି ମଟର । ଶୀତରୁ ରକ୍ଷା ପାଇଁ ନିଆଁ ଲଗାଇ ଶୀତ ଛଡାଉଛନ୍ତି ଅଞ୍ଚଳବାସୀ । ନିଆଁ ଲାଗିଥିବା ସ୍ଥାନକୁ ପଶୁମାନେ ମଧ୍ୟ୍ୟ ଯାଇ ଶୀତରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରୁଛନ୍ତି । ଶୀତର ମଜା ନେବା ପାଇଁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟିଛି । ଆଗକୁ ଆହୁରି ଶୀତ ବଢିଲେ ପର୍ଯ୍ୟଟକଙ୍କ ଭିଡ଼ ଆହୁରି ବଢିବା ନେଇ ଆଶା ରହିଛି ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.