ପ୍ରମୂଖ ଖବର
  • ବଣାଇ ଜାମୁଢିହି ଟୋଲ ଗେଟ ନିକଟରେ ଚା’ ଦୋକାନ ଉପରେ ମାଡିଗଲା ହାଇଓ୍ବା, ୩ ମୃତ
  • ||
  • ଶ୍ରୀକ୍ଷେତ୍ରରେ କାଳବୈଶାଖୀ ପ୍ରଭାବ, ଓଲଟା ଉଡ଼ିଲା ଛାଉଣୀ ମଠର ବାନା
  • ||
  • ନବ ଦାସ ହତ୍ୟା ମାମଲା, ୫ ଦିନର ତନାଘନା ପରେ ଝାରସୁଗୁଡ଼ା ଛାଡ଼ିଲା କ୍ରାଇମବ୍ରାଞ୍ଚ ଟିମ୍‌
  • ||
  • କେନ୍ଦୁଝର : ପୋଖରୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ଛାତ୍ର ନିଖୋଜ
  • ||
  • ଗଞ୍ଜାମ: କୁକୁରକୁ ହାଣିଲେ ୮ ଦୁର୍ବୁତ୍ତ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ହରିଆଣା ବାହାଦୁରଗଡ଼ରେ ଘର ଭିତରେ ବିସ୍ଫୋରଣ, ସିଲିଣ୍ଡର ଫାଟି ୪ ମୃତ, ଜଣେ ଗୁରୁତର
  • ||
  • ଜଗତସିଂହପୁର: ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା
  • ||
  • ଆମେରିକା ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ଼, ୩ ମୃତ, ୧୫ରୁ ଅଧିକ ଗୁରୁତର
  • ||
  • ଆଇପିଏଲ୍‌ରେ ସୁପର ସନ୍‌ଡେରେ ଡବଲ ଫାଇଟ୍, ହାଇଦ୍ରାବାଦ- ରାଜସ୍ଥାନ,ଚେନ୍ନାଇ- ମୁମ୍ବାଇ ମୁକାବିଲା
  • ||
  • ରାଜ୍ୟରେ ଆହୁରି ଦୁଇ ଦିନ ତାଣ୍ଡବ ରଚିବ କାଳବୈଶାଖୀ,୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ବ୍ରହ୍ମପୁରରେ କାଳବୈଶାଖୀ ବର୍ଷା, ଭାଙ୍ଗିଲା ଗଛ... ଜମିଲା ପାଣି

Published By : Prameya | March 22, 2025 3:07 PM

ଭୁବନେଶ୍ଵର, ୨୨/୦୩ : ବ୍ରହ୍ମପୁରରେ କାଳବୈଶାଖୀ ବର୍ଷା। ପ୍ରବଳ ବର୍ଷା ସାଙ୍ଗକୁ ତୁହାକୁ ତୁହା ପବନ ବହୁଛି। ଦୁଇ ଘଣ୍ଟା ହେଲା ବର୍ଷା ଛେଚୁଛି। କାଳବୈଶାଖୀ ଯୋଗୁଁ ବିବିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଛି। ସହରର ବିଭିନ୍ନ ସ୍ଥାନରେ ପାଣି ଜମିଛି। ଏପରିକି ତଳିଆ ଅଞ୍ଚଳରେ ପାଣି ପଶି ଯାଇଛି। ସବରେଜିଷ୍ଟାର କାର୍ଯ୍ୟାଳୟ, ଥାନା, ଏବଂ ସ୍କୁଲ ଭିତରେ ପାଣି ଜମିଛି। ରାସ୍ତା ଉପରେ ଆଣ୍ଠୁଏ ଆଣ୍ଠୁଏ ପାଣି ଲହଡ଼ି ମାରୁଛି। ଫଳରେ କୁତ୍ରିମ ବନ୍ୟାର ଭ୍ରମ ସୃଷ୍ଟି ହୋଇଛି। ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। 

ଏହି ଖବରଟିକୁ ପଢନ୍ତୁ-ନୀଳଗିରିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା 

ସୂଚନାନୁଯାୟୀ, ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ସହ ହାଲୁକା ପବନ ବହିପାରେ। ରବିବାର ମଧ୍ୟ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଏନେଇ ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.