ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ରାଉରକେଲାରେ ଲଗାଣ ବର୍ଷା: ବୁଡିଲା ରେଲୱେ ଷ୍ଟେସନର ପାର୍କିଂ ସ୍ଥଳ, ଅଣ୍ଡର ପାସରେ ଯାତାୟାତ ଠପ୍

Published By : Anindita Ratha | July 14, 2025 10:39 AM

ରାଉରକେଲା,୧୪/୭: ରାଉରକେଲାରେ ଲଗାଣ ବର୍ଷା ଜାରି ରହିଛି। ଆଉ ଏହି ଲଗାଣ ବର୍ଷା ଯୋଗୁଁ ରାଉରକେଲା ଓ ଏହାର ଆଖପାଖ ଅଞ୍ଚଳରେ ବସବାସ କରୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ଷା ଯୋଗୁଁ ରାଉରକେଲା ରେଳ ଷ୍ଟେସନର ଦ୍ୱିତୀୟ ପ୍ରବେଶ ପଥର ପାର୍କିଂସ୍ଥଳ ଜଳମଗ୍ନ ହୋଇଯାଇଛି। ଏଥିସହ ସେଠାରେ ରଖା ଯାଇଥିବା ଗାଡିଗୁଡିକ ବୁଡ଼ି ଯାଇଛି।

 ସେହିପରି ଟିମ୍ବର କଲୋନୀ,ଗୋପବନ୍ଧୁପାଲି ଓ ରେଲୱେ କଲୋନୀର ତଳିଆ ଅଞ୍ଚଳରେ ପଶିଛି ପାଣି। ସେକ୍ଟର ୧୫ ଓ ୧୬ରେ ଥିବା ଘରଗୁଡିକରେ ମଧ୍ୟ ପାଣି ପଶିଯାଇଛି। ସେହିପରି ବିର୍ସା ନିକଟସ୍ଥ ସନ୍ତୋଷପୁର ପାଖ ରେଲୱେ ଅଣ୍ଡର ପାସ ପାଣିରେ ବୁଡି ଯାଇଛି। ଫଳରେ ସେହି ରାସ୍ତା ଦେଇ ଲୋକଙ୍କ ଯିବା ଆସିବା ବନ୍ଦ ହୋଇଯାଇଛି। ଅନ୍ୟପକ୍ଷରେ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗି ଥିବାରୁ ବାଲୁଘାଟ, ପଲପଲ ବସ୍ତି ବାସିନ୍ଦା ଭୟଭୀତ ଅବସ୍ଥାରେ ରହିଥିବା ଜଣାପଡ଼ିଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.