ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ

Published By : Rasmita Pradhan | June 25, 2025 7:45 AM

image source : amarujala

ଭୁବନେଶ୍ୱର,୨୫/୬ : ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ବୁଧବାର ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ପ୍ରଭାବରେ ଝାଡ଼ଖଣ୍ଡରେ ଅଧିକ ବର୍ଷା ହେବ । ଓଡ଼ିଶାର କିଛି ସ୍ଥାନରେ ବି ଭାରି ବର୍ଷା ସମ୍ଭାବନା ଅଛି । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି । 

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବୁଧବାର ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ଅଧିକ ବର୍ଷା ସମ୍ଭାବନା ଅଛି । କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ହୋଇପାରେ । ୨୮ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ସେହିପରି ଗୁରୁବାର କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ବର୍ଷା ସମ୍ଭାବନା ଅଛି । ୨୭ ଓ ୨୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ମଙ୍ଗଳବାର ସକାଳରୁ ସନ୍ଧ୍ୟା ଭିତରେ ଚାନ୍ଦବାଲିରେ ୪୨.୬ ମିମି ବର୍ଷା ହୋଇଛି । କୋରାପୁଟରେ ୨୪.୪, ଭବାନୀପାଟଣାରେ ୨୦.୪, ରାୟଗଡ଼ାରେ ୪.୬ ଓ ଦାରିଙ୍ଗବାଡ଼ିରେ ୪ମିମି ବର୍ଷା ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.