ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ

Published By : Rasmita Pradhan | July 16, 2025 8:01 AM

ଭୁବନେଶ୍ୱର, ୧୬/୦୭ : ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଅଧିକ ବର୍ଷା ହୋଇପାରେ । ୧୬ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ବୁଧବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ମଙ୍ଗଳବାର ଜଗତ୍‌ସିଂହପୁରରେ ୨୯.୨ ମିମି ବର୍ଷା ହୋଇଛି । ଝାରସୁଗୁଡ଼ାରେ ୧୬, ବରଗଡ଼ରେ ୧୫.୬, ଭବାନୀପାଟଣାରେ ୧୧.୮, ନୟାଗଡ଼ରେ ୧୦ ଓ ଟିଟିଲାଗଡ଼ରେ ୪ମିମି ବର୍ଷା ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.