ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର, ୨୭।୬ : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ  ବର୍ଷା। ଉପାନ୍ତରୁ ଉପକୂଳ ସ ବୁଠି ପ୍ରବଳ ବର୍ଷିବ। ଉତ୍ତର-ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ରାଜ୍ୟରେ ଏବେ ମୌସୁମୀ ନିମ୍ନଚାପରେଖା ସକ୍ରିୟ ରହିଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର। 

ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା କାଲି ପ୍ରବଳ ବର୍ଷା ନେଇ ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଝାରସୁଗୁଡା, ସମ୍ବଲପୁର, ବରଗଡ ଏବ ସୁନ୍ଦରଗଡକୁ ସତର୍କତା ଜାରି କରାଯାଇଛି। ଏହି ସ ବୁ ଜିଲ୍ଲାରେ ୭୦ ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେହିଭଳି ୨୯ ଏବଂ ୩୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର   ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳ କରାଯାଇଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.