ପ୍ରମୂଖ ଖବର
  • ସମ୍ୱଲପୁର : ଯକୃତ ଦାନ କରିଥିଲେ ବଡ଼ ଯାଆ, ସେପଟିକ୍ ହେବାରୁ ଆଖି ବୁଜିଦେଲେ ସାନ ଯାଆ
  • ||
  • ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ,ଜଣେ ଯବାନ ଗୁରୁତର
  • ||
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାରସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି

Published By : Prameya | February 22, 2025 7:36 AM

ଭୁବନେଶ୍ୱର, ୨୨/୦୨ : ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଏଥିପାଇଁ ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖାଲି ଏହି ୪ ଜିଲ୍ଲା ନୁହେଁ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। 

ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ବି ବାଲେଶ୍ୱର ଓ ମୟୂରଭଞ୍ଜ ପାଇଁ ସତର୍କତା ଜାରି କରାଯାଇଛି । ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । 

ସୂଚନା ଥାଉକି, ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୨୬ ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୨୨.୨, ଢେଙ୍କାନାଳରେ ୨୧, ଚାନ୍ଦବାଲିରେ ୧୮.୪, ତାଳଚେରରେ ୧୫, କେନ୍ଦୁଝରରେ ୧୨.୮ ମିମି ବର୍ଷା ରେକର୍ଡ ହୋଇଛି । ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ବର୍ଷା ହୋଇଛି । ଅନେକ ସ୍ଥାନରେ ବର୍ଷା ସତ୍ତେ୍ୱ ରାତିରେ ଶୁକ୍ରବାର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ଅଧିକ ଥିଲା । ଭଦ୍ରକର ରାତି ତାପମାତ୍ରା ସର୍ବନିମ୍ନ ୧୪.୪ ଓ ଅନୁଗୁଳର ୧୪.୬ ଡିଗ୍ରୀ ଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.