ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୫୦ ରୁ ୬୦ କିମି ବେଗରେ ବହିବ ପବନ

Published By : Rasmita Pradhan | April 15, 2025 8:08 AM

ଭୁବନେଶ୍ୱର, ୧୫/୦୪ : ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଏହି ପୂର୍ବାନୁମାନ କରିଛି । ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ବୁଧବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । 

ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିମି ବେଗରେ ପବନ ବହିପାରେ । 

୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ଆସନ୍ତା ୧୯ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ । ଏହାପରେ ତାତି କ୍ରମଶଃ ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.