ପ୍ରମୂଖ ଖବର
  • ଚମକିଲା ଭାଗ୍ୟ; ରାତାରାତି ଶ୍ରମିକରୁ କୋଟିପତି ହେଲେ ହୀରାକୁଦର ଶିବ ସୁନ୍ଦର
  • ||
  • ଅପରେସନ୍ 'ସିନ୍ଦୂର' ; ୬ ନୁହେଁ ପାକିସ୍ତାନର ୯ବିମାନକୁ ମାଟିରେ ମିଶାଇଛି ଭାରତ
  • ||
  • ସଂସଦ ମୌସୁମୀ ଅଧିବେଶନ; ୨୧ ଜୁଲାଇରୁ ୧୨ ଅଗଷ୍ଟ ଯାଏ ଚାଲିବ
  • ||
  • ଜଗତସିଂହପୁର : ପାରାଦୀପ ଆଇସ୍ ଫ୍ୟାକ୍ଟ୍ରିରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍, ୪ ଅସୁସ୍ଥ
  • ||
  • ବାଲେଶ୍ୱର : ମିନତୀ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟରେ ପୁଲିସର ଚଢାଉ,୧୦ ଯୁବତୀ ଅଟକ
  • ||
  • ବାଲେଶ୍ୱର : ପୋଖରୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ବଢିଲା କରୋନା ଭୟ; ୨୪ ଘଣ୍ଟାରେ ୨୭୬ ଆକ୍ଟିଭ କେସ୍‌, ୭ମୃତ
  • ||
  • ବ୍ରହ୍ମପୁର : ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସ୍‌ଆଇ,୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
  • ||
  • ମୟୂରଭଞ୍ଜ : ୪ଟି ଥାନାର ଅଧିକାରୀଙ୍କୁ ନେଇ ଗୋବିନ୍ଦରାୟପୁର ଓ ତାଳପଦାରେ ମିଳିତ ଚଢ଼ାଉ,ପାଖାପାଖି ୪ଶହ ଗାଈଗୋରୁ ଉଦ୍ଧାର
  • ||
  • ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ
  • ||
  • କାର୍ ଉପରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, ୯ ମୃତ
  • ||
  • ଆମେରିକାରେ କୃଷି ଆତଙ୍କବାଦ ଖେଳାଉଛି ଡ୍ରାଗନ୍ ! ସାଙ୍ଘାତିକ 'ବାୟୋ ଅସ୍ତ୍ର' ସହ ଧରାପଡ଼ିଲେ ଚୀନ୍ ନାଗରିକ
  • ||
  • କଟକ : ନକଲି ମୋବିଲ ତିଆରି କାରଖାନାରେ ଚଢାଉ, ୨ ଅଟକ
  • ||
  • ଆନନ୍ଦପୁର ପୌର ଉପାଧ୍ୟକ୍ଷ ଦୁର୍ଗା ଚରଣ ଦଳେଇଙ୍କ ଦେହାନ୍ତ
  • ||
  • ମାଲକାନଗିରି : ଟିପର ଧକ୍କାରେ ବାଇକ ଆରୋହୀ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର
  • ||
  • ଜଗତସିଂହପୁର : ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ମାଲକାନଗିରି : ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ, ଘର ସାମ୍ନାରୁ ସୁନା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!
  • ||
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ପ୍ରବଳ ବର୍ଷା ଓ ବନ୍ୟା ବିତ୍ପାତରେ ବେହାଲ ଭାରତର ଉତ୍ତର-ପୂର୍ବ ଅଞ୍ଚଳ; ୨୫ରୁ ଅଧିକ ମୃତ, ହଜାର ହଜାର ଲୋକ ବାସହୀନ

Published By : Bijay Swain | June 2, 2025 6:19 PM

ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଭାରତରେ ଲଗାଣ ବର୍ଷା ଯୋଗୁଁ ଆସାମ, ମଣିପୁର, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ ଓ ସିକ୍କିମରେ ଭୟାବହ ବନ୍ୟା ଓ ଭୂସ୍ଖଳନ ଘଟିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏଯାଏ ୨୫ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଲୋକ ବାସହୀନ ହୋଇଛନ୍ତି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଗାମୀ ଦିନରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିବ। ଯାହା ପାଇଁ ସମଗ୍ର ଉତ୍ତର-ପୂର୍ବାଞ୍ଚଳରେ ରେଡ୍ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଆସାମରେ ୧୭ଟି ଜିଲ୍ଲା ବନ୍ୟା ଓ ଭୂସ୍ଖଳନରେ ପ୍ରଭାବିତ ହୋଇଛି। ଲଖିମପୁର ଜିଲ୍ଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଯେଉଁଠାରେ ୪୧,୬୦୦ରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟରେ ମୋଟ ୭୮,୦୦୦ରୁ ଅଧିକ ଲୋକ ବାସହୀନ ହୋଇ ରିଲିଫ କ୍ୟାମ୍ପରେ ଆଶ୍ରୟ ନେଇଛନ୍ତି। ଗୌହାଟୀରେ ଜଳମଗ୍ନ ସ୍ଥିତି ଯୋଗୁଁ ସ୍କୁଲ ଓ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ASDMA) ଅନୁଯାୟୀ, ବ୍ରହ୍ମପୁତ୍ର ଓ ଏହାର ଶାଖାନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।

ଅରୁଣାଚଳ ପ୍ରଦେଶରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏକ ଗାଡ଼ି ବନ୍ୟା ଜଳରେ ଭାସି ଯିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ମଣିପୁରର ରାଜଧାନୀ ଇମ୍ଫାଲରେ ତିନି ଦିନର ଲଗାଣ ବର୍ଷା ଯୋଗୁଁ ଜଳମଗ୍ନ ସ୍ଥିତି ସୃଷ୍ଟି ହୋଇଛି। ଇମ୍ଫାଲ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଅନେକ ଅଞ୍ଚଳରେ ବନ୍ୟା ସଙ୍କଟ ଦେଖାଦେଇଛି। ସେନା ଓ ଅସମ ରାଇଫଲ୍ସ ୧,୫୦୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରିଛି।

ସିକ୍କିମରେ ଲଗାଣ ବର୍ଷା ଯୋଗୁଁ ତିଷ୍ଟା ନଦୀର ଜଳସ୍ତର ଭୟଙ୍କର ଭାବେ ବୃଦ୍ଧି ପାଇଛି ଏବଂ ଭୂସ୍ଖଳନ ଯୋଗୁଁ ରାଜ୍ୟକୁ ଯୋଗାୟୋଗ କରୁଥିବା ମୁଖ୍ୟ ସଡ଼କ ଅବରୋଧ ହୋଇଛି। ଫଳରେ ପ୍ରାୟ ୧,୫୦୦ ପର୍ଯ୍ୟଟକ ଉତ୍ତର ସିକ୍କିମରେ ଫସି ରହିଛନ୍ତି। ଏକ ଘଟଣାରେ ତିଷ୍ଟା ନଦୀରେ ଗାଡ଼ି ଖସିପଡ଼ି ୮ ଜଣ ନିଖୋଜ ହୋଇଛନ୍ତି। ଅନ୍ୟପଟେ ନାଗାଲାଣ୍ଡରେ ଜଣେ ବ୍ୟକ୍ତିଙ୍କର ଭୂସ୍ଖଳନରେ ମୃତ୍ୟୁ ହୋଇଛି। ମିଜୋରାମ, ତ୍ରିପୁରା ଓ ମେଘାଲୟରେ ମଧ୍ୟ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ଧନଜୀବନ ହାନି ହୋଇଛି। ମିଜୋରାମରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତ୍ରିପୁରାରେ ୬୦ଟି ରିଲିଫ କ୍ୟାମ୍ପରେ ୧୦,୬୦୦ ଲୋକ ଆଶ୍ରୟ ନେଇଛନ୍ତି।

ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ (NDRF), ରାଜ୍ୟ ବିପର୍ଯ୍ୟୟ ମୁକାବିଲା ବଳ (SDRF), ସେନା, ଅସମ ରାଇଫଲ୍ସ ଓ ଅଗ୍ନିଶମ ବାହିନୀ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ନିୟୋଜିତ ଅଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆଲୋଚନା କରି ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ ପାଇଁ ଆଶ୍ୱାସନା ଦେଇଛନ୍ତି। ଭାରତୀୟ ବାୟୁସେନା ମଧ୍ୟ ଅରୁଣାଚଳ ପ୍ରଦେଶରୁ ୧୪ ଜଣଙ୍କୁ ଉଦ୍ଧାର କରିଛି।

ଆଇଏମଡି ଅନୁସାରେ, ଜୁନ ୪ ତାରିଖ ପର୍ଯ୍ୟନ୍ତ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ପ୍ରବଳ ବର୍ଷା ଜାରି ରହିବ। ଏହା ସହିତ ଝଡ଼ବତାସ ଓ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି। ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.