ପ୍ରମୂଖ ଖବର
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା, ଆଜି ପୁଣି ପାଣି ଛାଡ଼ିବ ହୀରାକୁଦ

Published By : Manoj | August 23, 2025 7:54 AM

ସମ୍ବଲପୁର, ୨୩/୦୮: ଲଘୁଚାପ ପ୍ରଭାବରେ ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ୧୬.୪୪ମିମି ବର୍ଷା ରେକର୍ଡ କରାଯାଇଛି । ଦିନକ  ମଧ୍ୟରେ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ ୯୦ ହଜାର କ୍ୟୁସେକ୍‌ରୁ ବୃଦ୍ଧି ପାଇ  ଅଢ଼େଇ ଲକ୍ଷ କ୍ୟୁସେକ୍‌ ଟପିଲାଣି । ଏହାକୁ ଲକ୍ଷ୍ୟ କରି ଶନିବାର ପୂର୍ବାହ୍ଣ ୧୦ଟାରେ  ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ କରିବାକୁ ନିଷ୍ପତ୍ତି ହୋଇଛି । ପ୍ରାରମ୍ଭିକ ଭାବେ  ୪ଟି ଗେଟ୍‌ ଖୋଲାଯିବାକୁ ଯୋଜନା ରହିଛି । 

ଆଜି ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୦. ୧୦ ଫୁଟ୍ ଛୁଇଁଲା। ଘଣ୍ଟା ପ୍ରତି ୨,୪୩, ୮୩୧ କ୍ୟୁସେକ୍ ଜଳ ଡ୍ୟାମ୍ ଭିତରକୁ ପ୍ରବେଶ କରୁଛି।   ଘଣ୍ଟା ପ୍ରତି ୩୦,୦୫୪  କ୍ୟୁସେକ୍ ଜଳ ନିଷ୍କାସନ କରାଯାଉଛି।

ଶ୍ରୀ ବେହେରା କହିଛନ୍ତି, ଉପର ମୁଣ୍ଡରେ ବର୍ଷା ନେଇ ଭାରତୀୟ ପାଣିପାଗ  ବିଭାଗର ସୂଚନା ରହିଛି । ବଡ଼ ବର୍ଷା ନ ହେଲେ ବି ପରିମାଣ ଅଧିକ ରହିବ । ଉପରମୁଣ୍ଡ ବର୍ଷା ଏବଂ ଇନ୍‌ଫ୍ଲୋ କେତେ ରହିବ ତାକୁ ଆକଳନ କରାଯାଇ ଗେଟ୍‌  ଖୋଲାଯିବ । ଏହାଦ୍ୱାରା ତଳମୁଣ୍ଡକୁ ସେମିତି ବିପଦ ନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.