ପ୍ରମୂଖ ଖବର
  • ଇସ୍କନ ରଥ ପାଇଁ ଟ୍ରାଫିକ୍‌ କଟକଣା, ସିଆର୍‌ପିରୁ ବରମୁଣ୍ଡା ସର୍ଭିସ ରୋଡରେ ଭାରୀଯାନ ମନା
  • ||
  • ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା, ୭ ମୃତ
  • ||
  • ଓଡ଼ିଆ ପୁଅକୁ ବୀରତା ସମ୍ମାନ, ଶୌର୍ଯ୍ୟଚକ୍ର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ଘୋଷଯାତ୍ରାରେ ମହାପ୍ରଭଙ୍କୁ ଦର୍ଶନ କରିବେ ମହାମହିମ, ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି
  • ||
  • ପଦ୍ମକେଶରପୁର ପୁଣି ଅଶାନ୍ତ, ଘନଘନ ବୋମାମାଡ଼, ବର୍ଷିଲା ପଥର, ୧୫ ଆହତ, ପୁଲିସ୍‌ ଆତଙ୍କିତ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି: ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ରଥଯାତ୍ରାରେ ଭିଜିବ ପୁରୀ
  • ||

ତୃତୀୟ ଥର ଲାଗି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ

ରାଞ୍ଚି: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ପୁଣି ଶପଥ ନେଲେ ହେମନ୍ତ ସୋରେନ୍ ।  ରାଜ୍ୟପାଳ ସିପି ରାଧାକୃଷ୍ଣନ ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।   ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚ (ଜେଏମଏମ)ର ନେତା ହେମନ୍ତ ସୋରେନ ତୃତୀୟ ଥର ଲାଗି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ସେ ରାଜ୍ୟର ୧୩ ତମ ମୁଖ୍ୟମନ୍ତ୍ରୀ ।   

ବୁଧବାର ଚମ୍ପାଇ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତେବେ ନିକଟରେ ଜମି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଜେଲ୍‌ରେ ଥିବା ହେମନ୍ତ ସୋରେନ୍‌ ବେଲ୍‌ ପାଇ ବାହରକୁ ଆସିଛନ୍ତି । ଏହା ପରେ ବୁଧବାର ଇଣ୍ଡି ମେଣ୍ଟ ବୈଠକରେ ଚମ୍ପାଇ ସୋରେନଙ୍କ  ସ୍ଥାନରେ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ କରାଇବାକୁ ନେଇ ସହମତି ପ୍ରକାଶ ପାଇଥିଲା ।  

ବୁଧବାର ଚମ୍ପାଇ ସୋରେନ ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଚମ୍ପାଇ ସୋରେନ ରାଞ୍ଚିରେ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଭେଟିବା ବେଳେ ହେମନ୍ତ ସୋରେନ ମଧ୍ୟ ଉପସ୍ଥିତ ଥିଲେ । ଝାଡ଼ଖଣ୍ଡରେ ୨୦୨୪ ନଭେମ୍ବର କିମ୍ବା ଡିସେମ୍ବରରେ ବିଧାନସଭା ନିର୍ବାଚନ ହେବାର ଅଛି । ଏହା ପୂର୍ବରୁ ଚମ୍ପାଇ ସୋରେନଙ୍କ ଇସ୍ତଫା ଏବଂ ହେମନ୍ତ ସୋରେନଙ୍କ ଶପଥ ରାଜ୍ୟ ରାଜନୀତିକୁ ସରଗରମ କରିଛି ।  ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା, କଂଗ୍ରେସ ଏବଂ ଆରଜେଡିର ବିଧାୟକ ଦଳ ବୈଠକରେ ବୁଧବାର ହେମନ୍ତ ସୋରେନଙ୍କୁ ମୁଖ୍ୟ ନେତା ରୂପେ ଚୟନ କରାଯାଇଥିଲା । 

 ହେମନ୍ତ ସୋରେନଙ୍କୁ ଜମି ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ହାଇକୋର୍ଟରୁ ଜାମିନ ମିଳିବା ପରେ ସେ ଜୁନ୍ ୨୮ରେ ଜେଲରୁ ବାହାରକୁ ଆସିଥିଲେ ।  ତେବେ ଗିରଫ ହେବା ପୂର୍ବରୁ  ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଏହାପରେ ସେ ନିଜର ସବୁଠୁ ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟର ମୁଖ୍ୟମନ୍ତ୍ରୀ କରାଇଥିଲେ । ଚମ୍ପାଇ ସୋରେନ ଫେବ୍ରୁଆରି ୨ରେ ରାଜ୍ୟର ୧୨ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । ଏବେ ହେମନ୍ତ ସୋରେନ ଜେଲ୍‌ରୁ ବାହାରକୁ ଆସିଥିବା ବେଳେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି । ସେପଟେ ୧୫୩ ଦିନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଗତକାଲି ଇସ୍ତଫା ଦେଇଥିଲେ ଚମ୍ପାଇ ସୋରେନ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.