ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ

Published By : Harapriya Sethi | April 28, 2025 12:17 PM

ଭୁବନେଶ୍ୱର, ୨୮/୦୪:  ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ । ଷ୍ଟେସନରେ ପଇଁତରା ମାରିଲେ ୨ ସେକ୍ସନ ଫୋର୍ସ । ଷ୍ଟେସନ୍‌ରେ ଫ୍ଲାଗ୍‌ ମାର୍ଚ୍ଚ କଲା ଆର୍ପିଏଫ୍ ପୋଲିସ ।  ପହଲଗାମ ଆତଙ୍କୀ ଆକ୍ରମଣ ପରେ ସବୁ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ୍‌କୁ ହାଇ ଆଲର୍ଟ ଜାରି କରାଯାଇଛି । ଷ୍ଟେସନ୍‌ରେ ଥିବା ଲୋକଙ୍କୁ ସତର୍କ କରିବା ପାଇଁ ଏଭଳି ପଦକ୍ଷେପ ନେଇଛନ୍ତି ସରକାର । ଏଥିରେ ଆର୍ପିଏଫ୍ ଆଇଆଇସି ଏବଂ ଏସଆଇ ସାମିଲ ହୋଇଥିଲେ ।

କହିରଖୁ କି, ଏପ୍ରିଲ ୨୨ ତାରିଖରେ ଜମ୍ମୁ କାଶ୍ମୀରର ପହଲଗାମ ଠାରେ ହୋଇଥିବା ଆତଙ୍କୀ ହମ୍‌ଲା ସାରା ଦେଶକୁ ଏକ ଶକ୍ତ ଝଟ୍‌କା ଦେଇଛି । ଏଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ଜୀବନ ଯାଇଥିଲା । ଏହା ପରେ ଦେଶରେ ଶୋକର ଛାୟା ଖେଳି ଯାଇଛି । ଯାହା ପରେ ଦେଶର ପ୍ରମୁଖ ସ୍ଥାନ ଗୁଡ଼ିକରେ ଲୋକମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୁରକ୍ଷା ଦୃଷ୍ଟିରୁ ରେଳ ଷ୍ଟେସନ୍‌, ବସ୍‌ ଷ୍ଟାଣ୍ଡ, ପର୍ଯ୍ୟଟନ ସ୍ଥଳ ତଥା ସମସ୍ତ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ୍‌ ଗୁଡ଼ିକୁ ହାଇଆଲର୍ଟ ଜାରି କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.