ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ପୋଲିସ ହେପାଜତରେ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯।୯ ପୋଲିସ ହେପାଜତରେ ମୃତ୍ୟୁ ଘଟିଥିବା ଭଦ୍ରକର ଅମୃତ ପୁହାଣଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ।୭ ଦିନ ଭିତରେ ନିର୍ଦେଶ କାର୍ଯ୍ୟକାରୀ କରିବାଲାଗି ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି । 

ଭଦ୍ରକ ପୋଲିସ ତାଙ୍କ ପୁଅ  ଅମୃତ ପୁହାଣକୁ ଟ୍ରେନରୁ ଠେଲି ହତ୍ୟା କରିଛନ୍ତି ବୋଲି ଅମୃତଙ୍କ ମା ବାସନ୍ତୀ ପୁହାଣ ହାଇକୋର୍ଟରେ ଏକ ମାମଲା ଦାୟର କରିଥିଲେ। ଗତ ଫେବୃଆରୀ ୮ ତାରିଖରେ ଏନେଇ ହାଇକୋର୍ଟ ନିର୍ଦେଶ ଦେଇଥିଲେ। ୧୦ ସପ୍ତାହ ମଧ୍ୟରେ ଅମୃତର ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଉକ୍ତଦିନ ନିର୍ଦ୍ଦେଶ ହୋଇଥିଲା । କିନ୍ତୁ ନିର୍ବାଚନ କାରଣରୁ ଅଦାଲତଙ୍କ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ହୋଇ ନଥିବା ସରକାରଙ୍କ ପକ୍ଷରୁ ଏକ ପିଟିସନ ଜରିଆରେ ଅବଗତ କରାଯିବା ପରେ ଆଜି ସାନି ନିର୍ଦେଶ ହୋଇଛି। 

୨୦୧୮  ମସିହାରେ ଅମୃତ ପୁହାଣ ଭଦ୍ରକରେ ଏକ କଲେଜରେ ଯୁକ୍ତ ତିନି କମର୍ସ ପଢ଼ୁଥିବା ବେଳେ ଜଣେ ନାବାଳିକାଙ୍କୁ ନେଇ ରାଜ୍ୟ ବାହାରକୁ ପଳାଇ ଯାଇଥିବା ଅଭିଯୋଗ ହୋଇଥିଲା। ୨୦୧୮ ଏପ୍ରିଲ ୧୪ ତାରିଖରେ ନାବାଳିକାଙ୍କ ସହିତ ଅମୃତଙ୍କୁ ଭଦ୍ରକ ପୋଲିସ ଗୋଆରୁ ଧରି ଫ୍ଲାଇଟ ଯୋଗେ କଲିକତା ଓ ସେଠାରୁ ଫାଲକନାମା ଏକ୍ସପ୍ରେସ ଯୋଗେ ଭଦ୍ରକ ଆଣୁଥିଲେ। ପଶ୍ଚିମ ମେଦିନପୁର ବେଲଦା ନିକଟରେ ଅମୃତ ଟ୍ରେନରୁ ଡେଇଁ ପଡିଥିବା ପୋଲିସ କହୁଥିବା ବେଳେ ତାକୁ ପୋଲିସ ଠେଲି ହତ୍ୟା କରିଥିବା ଅମୃତର ମା’ ଅଭିଯୋଗ କରିଥିଲେ। ଏହି ମାମଲାର ପୁନଶ୍ଚ ଶୁଣାଣି ଆଜି ହାଇକୋର୍ଟରେ ହୋଇଛି। ୭ ଦିନ ଭିତରେ ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୨ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.