ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

'ଭରତପୁର ମାମଲାରେ ଜଡ଼ିତ ଲୋକଙ୍କ ପରିଚୟ ସାର୍ବଜନୀନ ନ ହେଉ' : ହାଇକୋର୍ଟ

କଟକ, ୨୩।୯ : ଭରତପୁର ଥାନାରେ ହାଇଡ୍ରାମା ମାମଲା । ଜନସ୍ୱାର୍ଥ ମାମଲାରୁ ଶୁଣାଣି କରି ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଏଣିକି ମେଜର ଓ ତାଙ୍କ ବାନ୍ଧବୀଙ୍କ ପରିଚୟ ସାର୍ବଜନୀନ ନ ହେଉ ବୋଲି ହାଇକୋର୍ଟ ନିଦ୍ଦେଶ ଦେଇଛନ୍ତି । ଏପିରିକି ଏହି ମାମଲା ସହିତ ସମ୍ପୃକ୍ତି ଥିବା ସମସ୍ତ ଲୋକଙ୍କର ପରିଚୟ ସାର୍ବଜନୀନ ନକରିବାକୁ ମାନ୍ୟବର କୋର୍ଟ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ତଦାରଖ କରିବାକୁ ମନା କରିଛନ୍ତି କୋର୍ଟ । ଅନ୍ୟପଟେ ରାଜ୍ୟରେ ଥିବା ସମସ୍ତ ଥାନାଗୁଡ଼ିକରେ ସିସିଟିଭି ଲଗାଇବାକୁ ମଧ୍ୟ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁସାରେ, ଆର୍ମି ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ୧୪ ତାରିଖ ରାତିରେ ପଟିଆରୁ ଭରତପୁରକୁ ରାତିରେ ଆସୁଥିଲେ । ରାସ୍ତାରେ ୨ଟି କାର୍‌କୁ ସେ ଓଭରଟେକ୍‌ କରିଥିଲେ । କାର୍‌ରେ ଥିବା ଯୁବକମାନେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ଅଟକାଇ ଦୁର୍ବ୍ୟବହାର ସହ ଆକ୍ରମଣ କରିଥିଲେ । ଏନେଇ ରାତିରେ  ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିଲେ ମେଜର ଓ ତାଙ୍କ ବାନ୍ଧବୀ । ତେବେ ସେଠାରେ ପୋଲିସ ସହ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା । 

ଏହାପରେ ଉଭୟଙ୍କୁ ପୁଲିସ ନିର୍ଯ୍ୟାତନା ଦେଇଥିଲା ବୋଲି ଅଭିଯୋଗ ହୋଇଥିଲା । ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଥାନାରେ ଅଭିଯୋଗ କରିବାକୁ ଆସି ପୋଲିସଠାରୁ ମାଡ଼ ଖାଇବା ଓ ନିର୍ଯ୍ୟାତନା ଦିଆଯିବା ଅଭି‌ଯୋଗ ହେବା ପରେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଡିଜିପି । ପରେ ୫ ପୋଲିସ ଅଫିସରଙ୍କୁ ଡିଜିପି ନିଲମ୍ଵିତ କରିଥିଲେ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.