ପ୍ରମୂଖ ଖବର
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଅପରାଧିକ ତଥ୍ୟ ମାଗିଲେ ହାଇକୋର୍ଟ, ସତ୍ୟପାଠ ଦାଖଲ କରିବେ ଦୀପାଳି

Published By : Rasmita Pradhan | March 21, 2025 1:28 PM

କଟକ, ୨୧/୦୩ : ଝାରସୁଗୁଡା ବିଧାନସଭା ନିର୍ବାଚନୀ ମାମଲା। ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା। ଟଙ୍କଧରଙ୍କ ଅନ୍ତରୀଣ ଆବେଦନକୁ ଖାରଜ କଲେ ହାଇକୋର୍ଟ। ନିର୍ବାଚନୀ ମୋକଦ୍ଦମାକୁ ଖାରଜ କରିବାକୁ ହୋଇଥିଲା ଆବେଦନ । ଟଙ୍କଧରଙ୍କ ବିରୋଧରେ ଅପରାଧିକ ରେକର୍ଡ ମାଗିଲେ ହାଇକୋର୍ଟ ।

ଟଙ୍କଧରଙ୍କ ବିରୋଧରେ ଅପରାଧିକ ମାମଲା ସମ୍ପର୍କରେ ସତ୍ୟପାଠ ଦାଖଲ କରିବାକୁ ପ୍ରତିପକ୍ଷ ଦୀପାଳି ଦାସଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧିକ ମାମଲା ସମ୍ପର୍କରେ ତଥ୍ୟ ଲୁଚାଇବା, ଅସାଧୁ ଉପାୟ ଅବଲମ୍ବନ ବୋଲି ହାଇକୋର୍ଟ କହିଛନ୍ତି। ଝାରସୁଗୁଡ଼ା ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣି ଟଙ୍କଧରଙ୍କ ସଭ୍ୟପଦ ରଦ୍ଦ କରିବାକୁ ଦୀପାଳି ଦାସ ମାମଲା ଦାୟର କରିଥିଲେ। ଟଙ୍କଧର ତ୍ରିପାଠୀ ଯେଉଁ ସତ୍ୟପାଠ ଦାଖଲ କରିଥିଲେ ସେଥିରେ  ନିଜ ସମ୍ପର୍କରେ ଅନେକ ତଥ୍ୟ ଲୁଚାଇଛନ୍ତି । ସେହିପରି ନିଜର ସମ୍ପତ୍ତିକୁ ନେଇ  ମଧ୍ୟ ସେ ସବୁ ତଥ୍ୟ ଦେଇନହାନ୍ତି । ତେଣୁ ତାଙ୍କର ବିଧାନସଭା ସଦସ୍ୟତା ରଦ୍ଦ  କରିବା ସହ ସାନି ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରିଣୀ ପ୍ରାର୍ଥନା କରିଥିଲେ। ଏହାପରେ ମାମଲା ଖାରଜ କରିବାକୁ ଟଙ୍କଧର ଆବେଦନ କରିଥିଲେ। ହେଲେ ହାଇକୋର୍ଟ ଟଙ୍କଧରଙ୍କ ଅନ୍ତରୀଣ ଆବେଦନକୁ ଖାରଜ କରିଛନ୍ତି। ଏପ୍ରିଲ ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ଏହି ଖବରଟିକୁ ପଢନ୍ତୁ-ବାର୍‌ ଡ୍ୟାନ୍ସ କଟକଣା ମାମଲା: ଜବାବ ରଖିଲେନି ସରକାର, ୨୪ରେ ଚୂଡ଼ାନ୍ତ ଶୁଣାଣି


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.