ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ପ୍ରସଙ୍ଗ, ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଦେଲେ ହାଇକୋର୍ଟ

Published By : Harapriya Sethi | February 12, 2025 2:43 PM

କଟକ ୧୨/୦୨ : ଆପାର୍ଟମେଣ୍ଟ ପଞ୍ଜିକରଣ ସଂପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ । ଗୃହ ଓ ନଗର ନିର୍ମାଣ ବିଭାଗର ଆଣିଥିବା ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଗତ ଫେବୃଆରୀ ପହିଲାରେ ବିଭାଗ ପକ୍ଷରୁ ଜାରି ହୋଇଥିଲା ଏହି ବିଜ୍ଞପ୍ତି ।

୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ୍‌ ଅନୁଯାୟୀ କରିହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଥିଲା । କିନ୍ତୁ ରେରା ଆଇନ୍‌ ଆସିବା ପୂର୍ବରୁ ଶେଷ ହୋଇଥିବା ଆପାର୍ଟମେଣ୍ଟ ମଧ୍ୟ ରେରା ଆଇନ୍‌ ପରିସରଭୁକ୍ତ ହେବାର ଆବଶ୍ୟକତା ଅଛି ବୋଲି ଆବେଦନକାରୀ ବିମଳେନ୍ଦୁ ପ୍ରଧାନଙ୍କ ପକ୍ଷରୁ ଯୁକ୍ତି ରଖାଯାଇଥିଲା । ଯାହାକୁ କୋର୍ଟ ଗ୍ରହଣ କରିବା ସହିତ ସରକାରୀ ବିଜ୍ଞପ୍ତି ଉପରେ ଅଙ୍କୁଶ ଜାରି କରିଛନ୍ତି ଏବଂ ଆସନ୍ତା ବୁଧବାର ସୁଦ୍ଧା ଜବାବ ରଖିବା ଲାଗି ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ହୋଇଛି । ଆସନ୍ତା ବୁଧବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.