ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

୫୦ ଫୁଟ ତଳକୁ ଖସି ଟ୍ରେନ୍ ଟ୍ରାକ୍ ଉପରେ ପଡ଼ିଲା ହାଇୱା ଟ୍ରକ୍, ଡ୍ରାଇଭର୍ ଗୁରୁତର

Published By : Prameya | December 30, 2024 12:27 PM

ଯୋଡ଼ା, ୩୦/୧୨ : ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସି ଟ୍ରେନ୍ ଟ୍ରାକ୍ ଉପରେ ପଡ଼ିଲା ହାଇୱା ଟ୍ରକ୍। ଯୋଡ଼ା ଗୁରୁବେଡ଼ା ଛକ ନିକଟରେ ଏଭଳି ଭୟଙ୍କର ଦୁର୍ଘଟଣା ଦୁର୍ଘଟଣା ଘଟିଛି। ଟ୍ରକ୍ ଡ୍ରାଇଭର୍‌ଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ସୂଚନାନୁଯାୟୀ, ଯୋଡ଼ା ଗୁରୁବେଡ଼ା ଛକ ନିକଟରେ ଏକ ହାଇୱା ଟ୍ରକ୍ ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସି ଟ୍ରେନ୍ ଟ୍ରାକ୍ ଉପରେ ପଡ଼ିଥିଲା। ଟ୍ରକ୍ ଭିତରେ ଡ୍ରାଇଭର୍ ଚାପି ହୋଇ ରହିଥିଲେ। ସୂଚନା ପାଇ ବାମେବାରୀ ପୋଲିସ୍ ଓ ରେଳ ବିଭାଗ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିବା ପରେ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଧ ଘଣ୍ଟା ପରେ ଅଗ୍ନିଶମ ବାହିନୀ କଟରରେ କାଟି ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା। ତାଙ୍କୁ ଯୋଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।

ଆହତ ଡ୍ରାଇଭର୍ ହେଉଛନ୍ତି ଝାଡ଼ଖଣ୍ଡ କୋଡରମା ଅଞ୍ଚଳର ସଞ୍ଜୟ ଯାଦବ। ତାଙ୍କର ଦୁଇଟି ଯାକ ଗୋଡ଼ ଭାଙ୍ଗିଯାଇଥିବା ସୂଚନା ମିଳିଛି। ତେବେ ରେଲୱେ ଟ୍ରାକ ଉପର ଦେଇ ଯାଇଥିବା ୨୫ ହଜାର ଭୋଲ୍ଟ ତାରକୁ ଡେଇଁ ଟ୍ରକଟି ଖସିବା ଯୋଗୁଁ ଆହୁରି ବଡ଼ ଅଘଟଣ ହେବାରୁ ବର୍ତ୍ତିଯାଇଛି। ଟ୍ରକଟି ରେଲୱେ ଟ୍ରାକରେ ପଡ଼ିଥିବା କାରଣରୁ ବାଂଶପାଣି - ଜରୋଳି ରୁଟ୍ ରେ ଟ୍ରେନ୍ ଚଳାଚଳ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି । ଟ୍ରକକୁ ହଟାଇ ରେଳ ଚଳାଚଳ ସ୍ବାଭାବିକ କରିବା ପାଇଁ ଉଦ୍ୟମ ଚଳାଇଛି ରେଳ ବିଭାଗ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.