ପ୍ରମୂଖ ଖବର
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଦିନକ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ଠାକୁରଙ୍କ ଆଜ୍ଞାମାଳ ବିଜେକୁ ଅପେକ୍ଷାରେ ତିନିରଥ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ଜଣେ ବରିଷ୍ଠ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ; କଂଗ୍ରେସ–ଜେଏମଏମକୁ ଟାର୍ଗେଟ କଲେ ଆସାମ ମୁଖ୍ୟମନ୍ତ୍ରୀ...

ନୂଆଦିଲ୍ଲୀ: ବୁଧବାର ବିଧାୟକ ଦଳ ବୈଠକରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ଏବଂ କଂଗ୍ରେସ ମେଣ୍ଟ ଦଳ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ନେତା ଭାବେ ମନୋନୀତ କରାଯାଇଛି । ବୈଠକରେ ହେମନ୍ତ ସୋରେନଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ଏହି ପ୍ରସଙ୍ଗରେ ରାଜନୀତି ତୀବ୍ର ହୋଇଛି । ଏହାକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା କହିଛନ୍ତି ଯେ ବରିଷ୍ଠ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ । ଝାଡଖଣ୍ଡର ଲୋକମାନେ ଏହି କାର୍ଯ୍ୟକୁ ଦୃଢ ନିନ୍ଦା କରିବେ ଏବଂ ଏହାକୁ ଦୃଢ ଭାବରେ ପ୍ରତ୍ୟାଖ୍ୟାନ କରିବେ ।

ସୂଚନାଥାଉକି, ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ, ଝାଡଖଣ୍ଡରେ ମୁକ୍ତି ମୋର୍ଚ୍ଚା ଏବଂ କଂଗ୍ରେସ ପାର୍ଟି ଦ୍ବାରା ଜଣେ ବରିଷ୍ଠ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ । ସେ କହିଛନ୍ତି ଯେ ମୁଁ ନିଶ୍ଚିତ ଯେ ଝାଡଖଣ୍ଡର ଲୋକମାନେ ଏହି କାର୍ଯ୍ୟକୁ ଦୃଢ ନିନ୍ଦା କରିବେ ଏବଂ ଏହାକୁ ଦୃଢ ଭାବରେ ପ୍ରତ୍ୟାଖ୍ୟାନ କରିବେ । ସୂଚନା ମୁତାବକ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ କ୍ଷମତା ପରିବର୍ତ୍ତନକୁ ନେଇ କିଛି ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ପରେ ହେମନ୍ତ ସୋରେନଙ୍କୁ ବିଧାୟକ ଦଳର ନେତା ଚୟନ କରାଯାଇଥିଲା । 

୩୧ ଜାନୁୟାରୀ ୨୦୨୪ରେ ରାଞ୍ଚିର ବାରିଆଟୁରେ ସାଢେ ୮ ଏକର ଜମି ଦୁର୍ନୀତି ସହ ଜଡିତ ହେରଫେର ମାମଲାରେ ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା ।  ଗିରଫ ପୂର୍ବରୁ ହେମନ୍ତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତେବେ ଗତ ସପ୍ତାହରେ ହେମନ୍ତ ସୋରେନ ଝାଡଖଣ୍ଡ ହାଇକୋର୍ଟରୁ ଜାମିନ ପାଇଥିଲେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.