ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଧକ୍କା ଦେଲା ଅଜଣା ଗାଡି, ଚାଷୀ ସହ ଦୁଇ ବଳଦ ମୃତ

Published By : Harapriya Sethi | November 30, 2024 7:36 AM

ବଣାଇ,୩୦/୧୧: ଧରଣୀଧର ପାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଚାଲିଗଲା ଚାଷୀଙ୍କ ସହ ଦୁଇ ବଳଦଙ୍କ ଜୀବନ । ମୃତକ କନ୍ତସରା ଗାଁର ସଙ୍ଖାଳି ପାତ୍ର ବୋଲି ଜଣା ପଡ଼ିଛି । ସୁନ୍ଦରଗଡ ଜିଲ୍ଲା ବଣାଇ ଅଞ୍ଚଳର ଧରଣୀଧର ପାଲି ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, କନ୍ତସରା ଗାଁର ସଙ୍ଖାଳି ପାତ୍ର ଗମଲେଇ ହାଟକୁ ଦୁଇଟି ବଳଦ ବିକ୍ରି କରିବାକୁ ନେଇ ଯାଉଥିଲେ । ଏହି ସମୟରେ ଧରଣୀଧର ପାଲି ନିକଟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ  ଚାଷୀ ଏବଂ ଦୁଇ ବଳଦଙ୍କ ଜୀବନ ଚାଲି ଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଚାଷୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣା ସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.