ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମୃତ୍ଯୁ ଏମିତି ବି ଆସେ; ନିଜ ଗାଡ଼ି ତଳେ ଚାପିହୋଇ ହାଇୱା ମାଲିକଙ୍କ ଜୀବନ ଗଲା

Published By : Rasmita Pradhan | July 4, 2025 9:25 AM

ସାଲେପୁର, ୦୪/୦୭ : ମାଲିକଙ୍କ ଉପରେ ଚଢିଗଲା ହାଇୱା। ଜଗତପୁର ଥାନା କଟକ ଚାନ୍ଦବାଲି ରାସ୍ତାର ଖଇରା ପୋଲ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ହାଇୱା ମାଲିକଙ୍କ ମୃତ୍ୟୁ ହୋଇଛି। 

ସୂଚନାନୁଯାୟୀ, ଗୁରୁବାର ବିଳମ୍ୱିତ ରାତିରେ ନିଶ୍ଚିନ୍ତକୋଇଲି ଅଞ୍ଚଳର ରାକେଶ ସ୍ୱାଇଁ ଗ୍ୟାରେଜରୁ କାମ ସାରି ଫେରୁଥିବା ବେଳେ କଟକ ଚାନ୍ଦବାଲି ରାସ୍ତାର ଖଇରା ପୋଲ ନିକଟରେ ନିଜ ହାଇୱା ଗାଡି ଆଗରେ ଠିଆ ହୋଇଥିଲେ। କୌଣସି କାରଣରୁ ହାଇୱାଟି ତାଙ୍କ ଉପରେ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ରାକେଶଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ଜଗତପୁର ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ପଠାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.