ମେଷ: ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ବଚନରେ ମଧୁରତା, ଚାଲିଚଳନରେ ସଞ୍ଜମତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।
ବୃଷ: ଘାତଚନ୍ଦ୍ର, ସକାଳ ୯ଟା ୦୯ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନ, ପରିଜନଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ । ପାରିପାରିବ ବିବାଦ, ଜମିଜମା ବିବାଦ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ କମଳା ।
ମିଥୁନ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ : ତୃତୀୟ ଚନ୍ଦ୍ର, ସୋମବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ ଓ ଉଦ୍ଦୀପନା, ପରିବାର ଓ ସ୍ୱଜନରେ ସୁଖଶାନ୍ତି ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଏବଂ ସମସ୍ତ କର୍ମ ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ନେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁ ମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଶ୍ରୀଚନ୍ଦ୍ର ଏବଂ ଘାତତିଥି ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରବି ଓ ଚନ୍ଦ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଏବଂ ସୋମବାର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ମା’ ଗାୟତ୍ରୀ ।
ବିଛା : ଏକାଦଶ ଚନ୍ଦ୍ର, ସୋମବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଦଶମଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ଆଜି ଯେକୌଣସି କାମ ଆରମ୍ଭ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ।
ମକର : କୃଷ୍ଣ ପକ୍ଷର ନବମ ଚନ୍ଦ୍ର ଯୋଗୁ ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଓ ନିଜର ପ୍ରିୟ ବନ୍ଧୁ କିମ୍ବା ପରିଜନଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ପାଇପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ସମ୍ମାନ ହାନି ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଅଷ୍ଟମଚନ୍ଦ୍ର, ଅଷ୍ଟମୀତିଥି ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ା ପଣ ତଥା ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଶତଭିଷା ଓ ପୂର୍ବ ଭାଦ୍ର କୁମ୍ଭ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ : ସପ୍ତମଚନ୍ଦ୍ର, ସୋମବାର ଏବଂ ରବି, ଚନ୍ଦ୍ରଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩