ପ୍ରମୂଖ ଖବର
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏହି ରାଶିର ବ୍ୟକ୍ତି ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ

ମେଷ : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି ଏବଂ ଧୀଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଏବଂ କଳା, ସଂସ୍କୃତି ପ୍ରତି ଅଧିକ ଆଗ୍ରହ ପ୍ରକାଶ ପାଇବ ପାଇବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମକୁ ନେଇ ଗର୍ବିତ ହେବେ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଓ ବାଣିଜ୍ୟ, ବ୍ୟବସାୟରେ ବିପୁଳ କ୍ଷତି ଦେଖାଦେବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ତୃତୀୟ ଚନ୍ଦ୍ର, ଶୁକ୍ରବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ:  କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦପ୍ରମୋଦ ଏବଂ ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର ରହିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ :  ମେରୁନ୍‌, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା: ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା : ଦଶମ ଚନ୍ଦ୍ର, ସକାଳ ୮ଟା ୪୯ ମିନିଟ୍‌ ପରେ ଦଶମୀ ତିଥି ଯୋଗୁ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ନବମ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।  

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଯୋଗୁ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା :  ମା’ କାଳୀ ।

ମୀନ : ଘାତବାର ଏବଂ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପରୋପକାର, ସମାଜସେବାରେ ଅଧିକ ଆଗ୍ରହ ରହିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.