ମେଷ : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ପିତାମାତାଙ୍କ କୃପା, ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦ, ଜମିଜମା ବିବାଦ ଓ ପାରିବାରିକ ବିବାଦର ସମାଧାନ ହେବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଚତୁର୍ଥ ଚନ୍ଦ୍ରଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ସ୍ୱଜନ, ପରିଜନଙ୍କ ସହ ବିବାଦ, ପରିବାରରେ ଅଶାନ୍ତି, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକକର୍ମରେ ବିଘ୍ନ ଦେଖାଦେବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ମୃଗଶିରା ଓ କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଧଳା, ସଂଖ୍ୟା :୧୨, ଆରାଧନା : ମା’ କମଳା ।
ମିଥୁନ : ତୃତୀୟଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ, ସହକର୍ମୀ, ସହଯୋଗୀ, ଭାଇ, ଭଉଣୀଙ୍କ ସହଯୋଗ ମିଳିବ ଏବଂ ମନରେ ଉତ୍ସାହ, ଉଦ୍ଦୀପନାଭାବ ପ୍ରକାଶ ପାଇବ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ, ବିଦ୍ୟାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : ଘାତଚନ୍ଦ୍ର ଯୋଗୁ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା :୫, ଆରାଧନା : ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର, ଗୁରୁବାର ଏବଂ ଅପରାହ୍ଣ ୧୨ଟା ୧୪ ମିନିଟ୍ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । କୌଣସି ଶୁଭକର୍ମ କିମ୍ବା ମାଙ୍ଗଳିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ମଘା ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା : ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିବାରେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଓ ମନ ଅସ୍ଥିର ଏବଂ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଦଶମ ଚନ୍ଦ୍ର, ଗୁରୁବାର ଏବଂ ଅପରାହ୍ଣ ୧୨ଟା ୨୪ ମିନିଟ୍ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଉନ୍ନତିମୂଳକ କର୍ମରେ ଅଧିକ ଆଗ୍ରହ ପ୍ରକାଶ ପାଇବ । ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦିଶୁଭକର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ନବମ ଚନ୍ଦ୍ର, ଗୁରୁବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ଭାଗ୍ୟ, ଭଗବାନ ଓ ଭବିଷ୍ୟତ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।
ମକର : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଧନିଷ୍ଠା ନକ୍ଷତ୍ର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ସପ୍ତମଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ : ଷଷ୍ଠ ଚନ୍ଦ୍ର, ଗୁରୁବାର ଏବଂ ଅପରାହ୍ଣ ୧୨ଟା ୧୪ ମିନିଟ୍ ପରେ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।