ପ୍ରମୂଖ ଖବର
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ଗୁରୁବାର ରାଶିଫଳ; ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ,ସହଯୋଗ ଏବଂ ଧନ ମିଳିବ...

Published By : Ladu Kishor | July 9, 2025 10:45 PM

ମେଷ : ନବମ ଚନ୍ଦ୍ର, ଗୁରୁବାର ଓ ପୂର୍ଣ୍ଣିମାତିଥି ଯୋଗୁଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ଅଷ୍ଟମଚନ୍ଦ୍ର, ଗୁରୁବାର, ପୂର୍ଣ୍ଣିମାତିଥି ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅଷ୍ଟମଚନ୍ଦ୍ରର ପ୍ରଭାବ ବିଶେଷ ଭାବେ ରହିବ ନାହିଁ ଏବଂ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ସପ୍ତମ ଚନ୍ଦ୍ର, ପୂର୍ଣ୍ଣିମାତିଥି ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ଏବଂ ଧନ ମିଳିବ । ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଧନର କିଛି ଅଂଶ ଆମୋଦ ପ୍ରମୋଦରେ ଖର୍ଚ୍ଚ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗପ୍ରାପ୍ତ କରିବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଷଷ୍ଠଚନ୍ଦ୍ର, ଗୁରୁବାର, ପୂର୍ଣ୍ଣମୀତିଥି ଯୋଗୁରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ପଞ୍ଚମ ଚନ୍ଦ୍ର, ଗୁରୁବାର, ପୂର୍ଣ୍ଣିମାତିଥି ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ସନ୍ତାନ ମାନଙ୍କ ଉଚ୍ଚଶିକ୍ଷା ପାଇଁ ସୁଯୋଗ ଜୁଟିବ କିମ୍ବା ନୂତନ କର୍ମ ନିଯୁକ୍ତି ମିଳିପାରେ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ମଘା ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା :  ମା’ ମାଣିକେଶ୍ୱରୀ ।

କନ୍ୟା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ ଓ ଭାଇଭଉଣୀଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ପାରିବାରିକ ବିବାଦ ଓ ଭ୍ରାତୃ, ଭଗ୍ନୀଙ୍କ ସହ ବିବାଦ ଉଗ୍ରରୂପ ନେବ ଏବଂ ବନ୍ଧୁବାନ୍ଧବଙ୍କ ସହ ମତାନ୍ତର ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦ୍ୱିତୀୟ ଚନ୍ଦ୍ର, ଗୁରୁବାର ଓ ପୂର୍ଣ୍ଣିମା ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଧନ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ । ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା ମିଳିଲେ ମଧ୍ୟ ଶୁକ୍ରଙ୍କ ନକ୍ଷତ୍ର ଓ ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଶ୍ରୀଚନ୍ଦ୍ର, ଶୁକ୍ରବାର ଓ ପୂର୍ଣ୍ଣିମାତିଥି ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ ଓ ସୁବସନ ପ୍ରାପ୍ତି ହେବ । ଚାଳିଚଳନ, ବ୍ୟବହାର ଓ କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତହେବ ଏବଂ ଦେହ, ମନ ସୁସ୍ଥ ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଦ୍ୱାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯେକୌଣସି କର୍ମ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଉପୁଜିବ । ଯେଉଁ ମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ଦଶମଚନ୍ଦ୍ର, ଗୁରୁବାର ଓ ପୂର୍ଣ୍ଣମୀତିଥି ଯୋଗୁ ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ସୃଷ୍ଟି ହେବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.