ପ୍ରମୂଖ ଖବର
  • ପୁରୀ ଶରଧାବାଲି ଦଳାଚକଟା ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
  • ||
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

ବୁଧବାର ରାଶିଫଳ; ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦ ଓ ପାରିବାରିକ ବିବାଦର ସମାଧାନ ହେବ…

Published By : Ladu Kishor | June 10, 2025 9:29 PM

ମେଷ : ଅଷ୍ଟମଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ସପ୍ତମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ପୁତ୍ରକନ୍ୟା, ଭ୍ରାତୃଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନରେ ବ୍ୟସ୍ତ ରହିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ଷଷ୍ଠ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଓ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ପଞ୍ଚମ ଚନ୍ଦ୍ର, ବୁଧବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ । ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ପୈତୃକ ସମ୍ପତ୍ତିକୁ ନେଇଥିବା ବିବାଦ, ଜମିଜମା ବିବାଦ ଓ ପାରିବାରିକ ବିବାଦର ସମାଧାନ ହେବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ । ପିତାମାତା, ଗୁରୁଜନଙ୍କ କୃପାଲାଭ କରିବେ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ତୃତୀୟ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଧନ ଓ ସମୟର ସତ୍‌ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଦ୍ୱିତୀୟ ଚନ୍ଦ୍ର, ବୁଧବାର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଶ୍ରୀ ଚନ୍ଦ୍ର, ବୁଧବାର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ କଥାବାର୍ତ୍ତା, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦ୍ୱାଦଶ ଚନ୍ଦ୍ର, ବୁଧବାର, ପୂର୍ଣ୍ଣିମାତିଥି ଏବଂ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର : ଏକାଦଶ ଚନ୍ଦ୍ର, ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ଦଶମ ଚନ୍ଦ୍ର, ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ନବମ ଚନ୍ଦ୍ର, ବୁଧବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ପରୋପକାର, ସମାଜସେବା ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ, ପଦସ୍ଥ ଅଧିକାରୀଙ୍କ କୃପା, ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.