ପ୍ରମୂଖ ଖବର
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ବୁଧବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...

Published By : Ladu Kishor | May 13, 2025 10:23 PM

ମେଷ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁ ମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ସପ୍ତମ ଚନ୍ଦ୍ର ଏବଂ ବୁଧବାର ଯୋଗୁ ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜମସ୍ତିରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପାଇବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : ଷଷ୍ଠଚନ୍ଦ୍ର, ବୁଧବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଘାତବାର ଏବଂ କୃଷ୍ଣପକ୍ଷର ଦଶମଚନ୍ଦ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ୍‌ ପାଇବ ଏବଂ ମାନ, ସମ୍ମାନ ହାନି ଘଟିବ । ସନ୍ତାନ ମାନଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ନେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଓ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ସିଂହ : କୃଷ୍ଣ ପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ମଘା ଓ ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ତୃତୀୟ ଚନ୍ଦ୍ର, ବୁଧବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ ସୁବିଧା ସୁଯୋଗ ହାତ ପାହାନ୍ତରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି କିମ୍ବା ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସମ୍ପର୍କ ମଧୁର ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚରୁ ସାମୟିକ ମୁକ୍ତି ମିଳିବ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଲୋପ୍‌ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଏକାଦଶ ଚନ୍ଦ୍ର, ବୁଧବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ତଥା ଉନ୍ନତି ମୂଳକ କର୍ମରେ ଆଗ୍ରହ ରଖିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖା ଦେବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଦଶମଚନ୍ଦ୍ର ଯୋଗୁ ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : କୃଷ୍ଣ ପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନଦେଖା ଦେବ ତଥା ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦାରେ ଚାଲିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.