ପ୍ରମୂଖ ଖବର
  • ବିଜେଡି ସଭାପତି ପଦ ପାଇଁ ଗୁରୁବାର ନାମାଙ୍କନ ଭରିବେ ନବୀନ, ୧୯ରେ ଘୋଷଣା
  • ||
  • ବଲାଙ୍ଗୀର : ଜଙ୍ଗଲରୁ ୨ କ୍ଷତାକ୍ତ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ଗଜପତି : ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ
  • ||
  • ଢେଙ୍କାନାଳ : କଷ୍ଟ ସହି ନପାରି ରେଲ୍‌ ୱେ ଟ୍ରାକ୍‌ରେ ଜୀବନ ହାରିଲେ ପୂଜକ, ଉଦ୍ଧାର ହେଲା ମୃତଦେହ
  • ||
  • ଢେଙ୍କାନାଳ : ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ, ଏକକାଳୀନ ୯ଟି ସ୍ଥାନରେ ଚଢାଉ
  • ||
  • ବରଗଡ଼ : ହାତୀ ଆକ୍ରମଣରେ ଜଣେ ମହିଳା ମୃତ, ଜଣେ ଗୁରୁତର
  • ||
  • ମାଲକାନଗିରି : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ, ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ଭୁବନେଶ୍ୱର : ଟ୍ରାକ୍ଟରକୁ ପିଟିଲା ଟ୍ରାଭେଲର୍, ୨ ଆହତ
  • ||

ମଙ୍ଗଳବାର ରାଶିଫଳ; ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ…

Published By : Prameya | April 14, 2025 10:59 PM

ମେଷ : ସପ୍ତମ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।

ବୃଷ : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ଯେକୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୦୨, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣ ପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ ପାଇବ । ସନ୍ତାନ ମାନଙ୍କ କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ, ଜମିଜମା ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଚତୁର୍ଥ ଚନ୍ଦ୍ର, ଦିବା ୧୦ଟା ୫୬ ମିନିଟ୍‌ ପରେ ଚତୁର୍ଥୀ ତିଥି, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନ ଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ। ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ମନରେ ଦୃଢ଼ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : କୃଷ୍ଣ ପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇ ପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦ୍ୱାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ଅନୁଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଉଚିତ୍‌ କର୍ମରେ ମନୋନିବେଶ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆୟର କିଛି ଅଂଶ ସ୍ଥାୟୀ ଜମା ରଖିବେ । କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଦଶମ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ନା କିଛି ସମସ୍ୟା ଲାଗି ରହିବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟରେ ଆୟମଧ୍ୟମ ହେବ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : କୃଷ୍ଣ ପକ୍ଷର ନବମ ଚନ୍ଦ୍ର, ଦିବା ୧୦ଟା ୫୬ ମିନିଟ୍‌ ପରେ ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୂର୍ବ ଭାଦ୍ରକୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଅଷ୍ଟମ ଚନ୍ଦ୍ର, ଘାତତିଥି ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.