ପ୍ରମୂଖ ଖବର
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | January 15, 2025 7:00 AM

ଅଦ୍ୟ ତା.୧୫.୦୧.୨୦୨୫ରିଖ, ମକର ୨ ଦିନ, ମାଘ ମାସ କୃଷ୍ଣପକ୍ଷ, ଦ୍ୱିତୀୟା, ବୁଧବାର। ଦ୍ୱିତୀୟା: ରାତ୍ରି ୩ଟା ୨୩ ମିନିଟ୍, ପୁଷ୍ୟା : ଦିବା ୧୦ଟା ୨୮ ମିନିଟ୍, କର୍କଟ ଚନ୍ଦ୍ର : ୬୦ ଦଣ୍ଡ ଅହୋରାତ୍ର। ସୂର୍ଯ୍ୟୋଦୟ : ୬ଟା ୨୫ ମିନିଟ୍ ୩୦ ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୨୫ ମିନିଟ୍ ୦୫ ସେକେଣ୍ଡ, ଯୋଗିନୀ ଉତ୍ତରେ, ରାତ୍ରି ୩ଟା ୨୩ ମିନିଟ୍ ଗତେ ଆଗ୍ନେୟେ। ମୃତେରାତ୍ରି ୩ଟା ୦୩ ମିନିଟ୍ ମଧ୍ୟେ ଏକପାଦ ପୁଷ୍କର ଦୋଷ। କଖାରୁ ଖାଇବା ମନା, ଖାଇଲେ ଶ୍ରୀହୀନ। ଅମୃତ ବେଳା : ଦିବା ୧୧ଟା ୩୬ ମିନିଟ୍ ଗତେ, ଅପରାହ୍ଣ ୧ଟା ୦୫ ମିନିଟ୍ମଧ୍ୟେ, ୩ଟା ୧୫ ମିନିଟ୍ ଗତେ, ସନ୍ଧ୍ୟା ୫ଟା ୩୧ ମିନିଟ୍ ମଧ୍ୟେ।

ଆଜିର ରାଶିଫଳ

ମେଷ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ। ମୂଲ୍ୟବାନ ଧାତୁ, ବସନଭୂଷଣ, ଯାନବାହନ, ଭୂମି କ୍ରୟ କରିବେ। ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ।

ବୃଷ : ତୃତୀୟ ଚନ୍ଦ୍ର, ବୁଧବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ। ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ। ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ବିଶେଷ ଭାବରେ ଉପକୃତ ହେବେ। ଶୁଭରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ମା’ସମଲେଶ୍ୱରୀ।

ମିଥୁନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଦ୍ୱିତୀୟା ତିଥି ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ମେରୁନ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ।

କର୍କଟ : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ। ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ନୂତନ ବ୍ୟବସାୟ, ବିଦେଶ ଯାତ୍ରା ଆଦିର ସୁଯୋଗ ଜୁଟିବ। କର୍ମରେ ଆଶାଠାରୁ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ରହେବେ। ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ଭୁବନେଶ୍ୱରୀ।

ସିଂହ : ଦ୍ୱାଦଶ ଚନ୍ଦ୍ର ଓ କୃଷ୍ଣପକ୍ଷ ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍ ରହିବ। ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ। ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନ ବିନିଯୋଗ କରିବେ। କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ମନରେ ଧାର୍ମିକଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ମଘା ଓ ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ।

କନ୍ୟା : ଏକାଦଶ ଚନ୍ଦ୍ର, ବୁଧବାର ଯୋଗୁ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ବକେୟା ଧନ ଓ ହୃତଧନ ଫେରିପାଇବେ। ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ଧନର ସତ୍ବିନିଯୋଗ କରିବେ। ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ, ଭୂମି କ୍ରୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ।

ତୁଳା : ଦଶମ ଚନ୍ଦ୍ର, ବୁଧବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଧ୍ୟାନ ରହିବ। ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମୟ ଆପଣଙ୍କର ସହଯୋଗ କରିବ। ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ।ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀରାମ।

ବିଛା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ। ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ପ୍ରଭୁ ଗଜାନନ।

ଧନୁ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ମନରେ ଅସ୍ଥିରତା, ଆର୍ଥିକ କ୍ଷତି ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି। ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ଧୂମାବତୀ।

ମକର : ସପ୍ତମ ଚନ୍ଦ୍ର, ବୁଧବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ। ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ମାନସିକ, ପାରିବାରିକଶାନ୍ତିଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମହେବ ଏବଂ କର୍ମରେ ସଫଳତା ଓ ମହିଳାସହକର୍ମୀଙ୍କ ସହଯୋଗପ୍ରାପ୍ତ କରିବେ। ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ଭୈରବୀ।

କୁମ୍ଭ : ଷଷ୍ଠଚନ୍ଦ୍ର, ବୁଧବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳପାଇବେ ।ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ଚଣ୍ଡୀ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ତିଥି ଏବଂ ଦିବା ୧୦ଟା ୨୮ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ବାଦବିବାଦ, ସନ୍ତାନ, ପିତାମାତା ଓ ଅନ୍ୟମାନଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ, ଜମିଜମା ବିବାଦ ଓ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନହାନି ଘଟିବ ।ଯେଉଁମାନଙ୍କର ଉତ୍ତରାଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କହେବେ ।ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ଧାରା।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.