ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମଙ୍ଗଳବାର ରାଶିଫଳ; କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ…

Published By : Ladu Kishor | July 14, 2025 10:16 PM

ମେଷ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ସକାଳ ୬ଟା ୨୬ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧିପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ । ନୂତନ ବ୍ୟବସାୟ ଆରମ୍ଭ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦଶମ ଚନ୍ଦ୍ର, ପଞ୍ଚମୀ ତିଥି ଯୋଗୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଭାବ ଅଧିକ ରହିବ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ ଏବଂ ବ୍ୟବସାୟ କର୍ମରେ ଅଧିକ ସୁଫଳ ମିଳିବ । ମନରେ ପ୍ରସନ୍ନତା, ପାରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୫, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବରେ ଅପ୍ରିୟତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁ ମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।

ସିଂହ : ସପ୍ତମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମୂଲ୍ୟବାନ ଧାତୁ, ଭୂମି ଓ ବସନଭୂଷଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କ ଠାରୁ ଧନ ମିଳିବ । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା :  ମା’ ମାତଙ୍ଗୀ ।

କନ୍ୟା : ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଋଣମୁକ୍ତ ହେବାର ସୁଯୋଗ ଜୁଟିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୬, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ପଞ୍ଚମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପାରିବାରିକ ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ସକାଳ ୬ଟା ୨୬ ମିନିଟ୍‌ ପରେ ପଡ଼ୁଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ତଥା ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ସକାଳ ୬ଟା ୪୯ ମିନିଟ୍‌ପରେ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ସାହାଯ୍ୟ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ଘାତବାର ଏବଂ କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ପୂର୍ବ ଭାଦ୍ରମୀନ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.