ପ୍ରମୂଖ ଖବର
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ଗୁରୁବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | January 16, 2025 7:01 AM

ଅଦ୍ୟ ତା.୧୬.୦୧.୨୦୨୫ରିଖ, ମକର ୩ ଦିନ, ମାଘମାସ କୃଷ୍ଣପକ୍ଷ, ତୃତୀୟା, ଗୁରୁବାର। ତୃତୀୟା: ରାତ୍ରି୪ଟା ୦୬ ମିନିଟ୍, ଅଶ୍ଳେଷା: ଦିବା ୧୧ଟା ୧୬ମିନିଟ୍, କର୍କଟଚନ୍ଦ୍ର : ଦିବା ୧୧ଟା ୧୬ ମିନିଟ୍। ସୂର୍ଯ୍ୟୋଦୟ : ୬ଟା ୨୫ ମିନିଟ୍ ୩୧ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୨୬ମିନିଟ୍ ୪୪ସେକେଣ୍ଡ, ଯୋଗିନୀ ଆଗ୍ନେୟେ, ରାତ୍ରି ୪ଟା ୦୬ମିନିଟ୍ ଗତେ ନୈରୁତେ। ପୁଷ୍କରଦୋଷ ନାସ୍ତି। ପୋଟଳ ଖାଇବା ମନା, ଖାଇଲେ ଶତ୍ରୁ ବୃଦ୍ଧି। ଅମୃତବେଳା : ଦିବା ୧୦ଟା ୫୨ମିନିଟ୍ ଗତେ, ଅପରାହ୍ଣ ୧ଟା ୦୫ ମିନିଟ୍ ମଧ୍ୟେ, ୪ଟା ୦୩ମିନିଟ୍ ଗତେ, ସନ୍ଧ୍ୟା ୫ଟା ୩୧ ମିନିଟ୍ ମଧ୍ୟେ।

ଆଜିରରାଶିଫଳ

ମେଷ : ଦିବା ୧୧ଟା ୧୬ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ, କର୍ମରେ ସଫଳତା, ପରିବାରରେ ସୁଖଶାନ୍ତି ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଅପମାନ, ଅପଯଶ ଓ ଅପନିନ୍ଦାମିଳିବ। ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ମା’ଚଣ୍ଡୀ।

ବୃଷ : ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧିପାଇବ ଏବଂ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସୁସମ୍ପର୍କ ଏବଂ ସମସ୍ତଙ୍କର ସାହାଯ୍ୟ, ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’କମଳା।

ମିଥୁନ : ଦିବା ୧୧ଟା ୧୬ ମିନିଟ୍ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ମନରେ ଅସ୍ଥିରତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ଏହାପରେ ତୃତୀୟ ଚନ୍ଦ୍ର ଯୋଗୁ ସମସ୍ତ କ୍ଳେଶ, ମାନସିକ ଅବସାଦ ଓ ଆର୍ଥିକ କଷ୍ଟରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ତ୍ରିପୁରସୁନ୍ଦରୀ।

କର୍କଟ : ଦିବା ୧୧ଟା ୧୬ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଓ କର୍ମରେ ସଫଳତା ମିଳିବ। ଏହାପରେ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଠକାମିରେ ପଡ଼ିବେ। କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ।

ସିଂହ : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ମାନ, ସ୍ୱଜନରେ ସୁସମ୍ପର୍କ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଆୟଠାରୁ ବ୍ୟୟ ବହୁତ କମ୍ ରହିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା : ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ। ଆୟର ସତ୍ବିନିଯୋଗ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ। ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ଷୋଡ଼ଶୀ ।

ତୁଳା : ଘାତବାର ଓ ଦଶମ ଏବଂ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ବିଶେଷ ରହିବ ନାହିଁ। ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ସମଲେଶ୍ୱରୀ।

ବିଛା : ଦିବା ୧୧ଟା ୧୬ ମିନିଟ୍ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଓ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ ।ଏହାପରେ ଦଶମ ଚନ୍ଦ୍ର ଯୋଗୁ ଦୁଃଖ, ଶୋକ, ମାନସିକ ଅବସାଦରୁ ଆଶ୍ୱସ୍ତି ମିଳିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂଦେହ, ମନ ସୁସ୍ଥରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ।

ଧନୁ : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଦବିବାଦ, ପଦସ୍ଥ ଅଧିକାରୀ ଓ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ। ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି। ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗିରହିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୨, ଆରାଧନା : ମା’ତାରା।

ମକର : ଦିବା ୧୧ଟା ୧୬ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ, କର୍ମରେ ସଫଳତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ। ଏହାପରେ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ କ୍ଷତିରେ ଚାଲିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ସତର୍କ ହେବେ। ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ଦୁର୍ଗା।

କୁମ୍ଭ : ଘାତବାର ଓ ଷଷ୍ଠ ଏବଂ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’କାଳୀ।

ମୀନ : ଦିବା ୧୧ଟା ୧୬ ମିନିଟ୍ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଏବଂ କର୍ମରେ ସମ୍ମାନ ହାନି ଘଟିବ। ଏହାପରେ ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା, ସମସ୍ତଙ୍କର ସହ ବନ୍ଧୁତା, ବଚନରେ ମଧୁରତା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସ୍ଥିରତା ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ମାଣିକେଶ୍ୱରୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.