ପ୍ରମୂଖ ଖବର
  • କନ୍ଧମାଳ : ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ବାପା
  • ||
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ଶୁକ୍ରବାର ରାଶିଫଳ; ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି…

Published By : Prameya | May 15, 2025 9:32 PM

ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ସ୍ୱଜନ, ପରିଜନଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ଅଷ୍ଟମଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍‌ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଅରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗି ରହିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ :କଫି, ସଂଖ୍ୟା :୨, ଆରାଧନା : ମା’ କମଳା ।

ମିଥୁନ : ସପ୍ତମଚନ୍ଦ୍ର, ଶୁକ୍ରବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜମସ୍ତିରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଲେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା : ୭, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତି ଲୋପ ପାଇବ । ସନ୍ତାନ ମାନଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀତିଥି, ଶୁକ୍ରବାର ଏବଂ କେତୁ ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ନୂତନ କର୍ମାରମ୍ଭ, ପରିବହନ ବ୍ୟବସାହ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ଜମି ଜମା ବିବାଦ, ପାରିବାରିକ ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଘାତଚନ୍ଦ୍ର ଏବଂ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଏବଂ ବହୁ ବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ପ୍ରାପ୍ତ କରିବେ । ଆମୋଦ ପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଦ୍ୱାଦଶଚନ୍ଦ୍ର, ଶୁକ୍ରବାର ଏବଂ କେତୁ ଓ ଶୁକ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତ ଚନ୍ଦ୍ର, ଘାତତିଥି ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ବେଳେ 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.