ଅଦ୍ୟ ତା.୧୭.୦୨.୨୦୨୫ ରିଖ, କୁମ୍ଭ ୬ ଦିନ, ଫାଲଗୁନ ମାସ, ଶୁଳ୍କପକ୍ଷ, ପଞ୍ଚମୀ, ସୋମବାର। ପଞ୍ଚମୀ : ରାତ୍ରି ୪ଟା ୫୪ ମିନିଟ୍। ଚିତ୍ରା : ୬୦ ଦଣ୍ଡ, ଅହୋରାତ୍ର। କନ୍ୟା ଚନ୍ଦ୍ର: ସନ୍ଧ୍ୟା ୬ଟା ୦୨ ମିନିଟ୍ । ସୂର୍ଯ୍ୟୋଦୟ : ୬ଟା ୧୫ ମିନିଟ୍ ୪୪ ସେକେଣ୍ଡ । ସୂର୍ଯ୍ୟାସ୍ତ : ୫ଟା ୪୫ ମିନିଟ୍ ୦୪ ସେକେଣ୍ଡ । ଯୋଗିନୀ ଦକ୍ଷିଣେ, ପୁଷ୍କର ଦୋଷ ନାସ୍ତି । ବେଲ ଖାଇବା ମନା, ଖାଇଲେ ମହା କଳଙ୍କ । ଅମୃତ ବେଳା : ପୂର୍ବାହ୍ଣ ୧୦ଟା ୫୦ ମିନିଟ୍ ଗତେ, ୧ଟା ୧୦ ମିନିଟ୍ ମଧ୍ୟେ, ଅପରାହ୍ଣ ୩ଟା ୨୯ ମିନିଟ୍ ଗତେ, ସନ୍ଧ୍ୟା ୫ଟା ୦୨ ମିନିଟ୍ ମଧ୍ୟେ ।
ମେଷ : ଷଷ୍ଠ ଚନ୍ଦ୍ର, ସୋମବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମ କରିପାରନ୍ତି କିମ୍ବା ନୂତନ ଭୂମି ଓ ଯାନବାହନ କ୍ରୟ କରିପାରନ୍ତି । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁ ମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ମିଳିବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଓ ମନରେ ବ୍ୟସ୍ତତା ଓ ବ୍ୟଗ୍ରତା ବୃଦ୍ଧି ପାଇବ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଚତୁର୍ଥ ଚନ୍ଦ୍ର ଏବଂ କୃଷ୍ଣପକ୍ଷ ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହଯୋଗ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । କୌଣସି ଶୁଭକର୍ମ କିମ୍ବା ବୈବାହିକ କର୍ମରେ ଯୋଗ ଦେବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ ଓ ସହଯେଗୀଙ୍କ ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : ତୃତୀୟ ଚନ୍ଦ୍ର, ସୋମବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମି ଓ ଯାନବାହନ କ୍ରୟ କରିବେ କିମ୍ବା କୌଣସି ଶୁଭକର୍ମର ଆୟୋଜନ କରିବେ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । କନ୍ୟା, ଭାତୃ ଓ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଶସି ବୈବାହିକ କର୍ମରେ ପରିବାର ସହ ଯୋଗଦେବେ । ମନରେ ପ୍ରସନ୍ନତା, କରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଚକୋଲେଟ୍, ସଂଖ୍ୟା : ୩, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ଏକାଦଶ ଚନ୍ଦ୍ର, ସୋମବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ଧନୁ : ଦଶମ ଚନ୍ଦ୍ର, ସୋମବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗଦେବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ପରିବାରର ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବାରଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
ମୀନ : ସପ୍ତମ ଚନ୍ଦ୍ର, ସୋମବାର, ପଞ୍ଚମୀ ତିଥି ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩