ମେଷ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ଘାତତିଥି ଯୋଗୁ ଘାତତିଥିର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଓ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ବୃଷ : ଦଶମ ଚନ୍ଦ୍ର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା, ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ :ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ଅଷ୍ଟମ ଚନ୍ଦ୍ର, ଘାତତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ସପ୍ତମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଓ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ପାଇବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ମଉଜ ମସ୍ତିରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଷଷ୍ଠ ଚନ୍ଦ୍ର, ଷଷ୍ଠୀ ତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ, ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମରିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତାଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ଲୋପ ପାଇବ । ସନ୍ତାନମାନଙ୍କର ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ, ଜମିଜମା ବିବାଦ ଓ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର, ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ ଓ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ନୂତନ କର୍ମାରମ୍ଭ ଓ ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବାଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
କୁମ୍ଭ : ଶ୍ରୀଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ମୀନ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ରହିବେ । ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩