ମେଷ : ସପ୍ତମ ଚନ୍ଦ୍ର, ଶୁକ୍ରବାର,ସ୍ୱାତୀ ନକ୍ଷତ୍ର,ଶ୍ରାବଣ ମାସ ଶୁକ୍ଳପକ୍ଷ ଓ ଶୁଭଯୋଗ ଯୋଗୁ ସମସ୍ତ ଆଶା, ଆକାଂକ୍ଷା ପୂର୍ଣ୍ଣହେବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ଜନଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ମିଥୁନ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଓ ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତରଜନ ଠାରୁ ଅପମାନ ପାଇବେ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ଚାଲିଚଳନ, ବ୍ୟବହାର ଓ କର୍ମକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା, ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଓ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସାଙ୍ଗରେ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ତୃତୀୟଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଓ ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଦ୍ୱିତୀୟ ଚନ୍ଦ୍ର, ଶୁକ୍ରବାର ଓ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ କିଛି ସମସ୍ୟାର ସମ୍ମୁଖୀନ ହେବେ । ଧନ ପ୍ରତି ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚ କରିବାରେ ଅନାଗ୍ରହଭାବ ପ୍ରକାଶ ପାଇବ ଏବଂ ସଞ୍ଚୟ ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୬, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଶ୍ରୀଚନ୍ଦ୍ର, ଶୁକ୍ରବାର, ସପ୍ତମୀତିଥି, ଶୁକ୍ଳପକ୍ଷ ଓ ଶୁଭଯୋଗ ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଆଶା ଠାରୁ ଅଧିକ ସଫଳତା ପାଇବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । କର୍ମରେ ଆଶା ଠାରୁ ଅଧିକ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆସିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ବିଛା : ଘାତବାର, ଦ୍ୱାଦଶ ଚନ୍ଦ୍ର ଓ ଅଷ୍ଟମୀତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ:ଏକାଦଶ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଦଶମ ଚନ୍ଦ୍ର, ଶୁକ୍ରବାର, ସପ୍ତମୀତିଥି, ଶୁଭଯୋଗ ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମ ଓ ବନ୍ଦ ହୋଇଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠାମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ନବମ ଚନ୍ଦ୍ର, ଶୁକ୍ରବାର, ସ୍ୱାତୀ ନକ୍ଷତ୍ର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି, ଘାତବାର ଓ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଓ ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ଆସିବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩