ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଶନିବାର ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Harapriya Sethi | December 21, 2024 7:22 AM

ମେଷ: ପଞ୍ଚମଚନ୍ଦ୍ର ଏବଂ ଅପରାହ୍ଣ ୧୨ଟା ୨୨ ମିନିଟ୍‌ ପର୍ଯ୍ୟନ୍ତ ଘାତତିଥି ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ମୁକ୍ତ ହେବେ ।ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।

ବୃଷ: ଚତୁର୍ଥ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନ ଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା, ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ । ପାରିବାରିକ ବିବାଦ, ଜମିଜମା, ବିବାଦ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ସମ୍ମାନହାନି ଘଟିବ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ: ତୃତୀୟଚନ୍ଦ୍ର, ଶନିବାର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ମା’ ଛିନ୍ନମସ୍ତା ।

କର୍କଟ : ଘାତଚନ୍ଦ୍ର, ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର ଏବଂ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁଗଜାନନ ।

କନ୍ୟା : ଘାତବାର ଏବଂ ଦ୍ୱାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଅପବ୍ୟୟ, ଅପବାଦ ଏବଂ ଅପଯଶ ଏବଂମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ ଅଟକି ଥିବା କାମ ଓ କଷ୍ଟସାଧ୍ୟ କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଏକାଦଶ ଚନ୍ଦ୍ର, ଶନିବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଆଜି ଯେକୌଣସି କର୍ମ କରିବେ, ସେଥିରେ ଆପଣଙ୍କର କର୍ମ କୁଶଳତା, କାର୍ଯ୍ୟଦକ୍ଷତା ଓ ଶ୍ରେଷ୍ଠତା ପ୍ରତିପାଦନ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ତାଙ୍କ ଠାରୁ ଅପମାନ ପାଇପାରନ୍ତି । ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବା ଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀ ଜଗନ୍ନାଥ ।

ମକର : ଘାତଚନ୍ଦ୍ର ଓ ଅପରାହ୍ଣ ୧୨ଟା ୨୨ ମିନିଟ୍‌ ପରେ ବିଷ୍ଟୀକରଣ ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଓ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ସପ୍ତମଚନ୍ଦ୍ର, ଶନିବାର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ମୂଲ୍ୟବାନ ଧାତୁ, ବସନ ଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ :   ଷଷ୍ଠଚନ୍ଦ୍ର, ଷଷ୍ଠୀତିଥି ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.